Monday, January 26, 2026
24.2 C
Odisha

    ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ମାଲକାନଗିରିରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଛି । ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଛି ଭିଜିଲାନ୍ସ । ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଛି । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୭ଟି ସ୍ଥାନରେ ଚଢ଼ାଉ କରୁଛି ।ମାଲକାନଗିରିର ଭଡ଼ାଘର ଓ କାର୍ଯ୍ୟାଳୟ ସମେତ ବାଲେଶ୍ୱର, ଜଳେଶ୍ୱର ଓ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି । ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସପିଙ୍କ ସହ ୩ ଜଣ ଡ଼ିଏସପି, ୮ ଜଣ ଇନ୍ସପେକ୍ଟର, ୮ ଜଣ ଏସଆଇ ସାମିଲ ଅଛନ୍ତି | ବର୍ତ୍ତମାନ ବାଲେଶ୍ୱର ଜଳେଶ୍ୱରରେ ଥିବା ୩ ମହଲା କୋଠା, ଭୁବନେଶ୍ୱର ରଘୁନାଥପୁରରେ ଥିବା ଫ୍ଲାଟ, ପୋଖରୀପୁଟରେ ଥିବା ସମ୍ପର୍କୀୟଙ୍କ ଘର ପ୍ରମୁଖ ସ୍ଥାନରେ ଚଢ଼ାଉ ଚାଲିଛି |

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.2 ° C
    24.2 °
    24.2 °
    33 %
    1.6kmh
    0 %
    Mon
    23 °
    Tue
    31 °
    Wed
    33 °
    Thu
    32 °
    Fri
    33 °

    ସମ୍ବନ୍ଧିତ