Friday, December 27, 2024
19.2 C
Odisha

    JNUରେ ପ୍ରତିଷ୍ଠା ହେବ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର : ଓଡିଶା ସରକାର ଏବଂ ଜେ.ଏନ୍‌.ୟୁ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଦିଲ୍ଲୀର ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ଓଡିଶା ସରକାର ଓ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ,ନୂଆ ଦିଲ୍ଲୀ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଛି । ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ଏହା ସ୍ୱାକ୍ଷରିତ ହୋଇଛି । ରାଜ୍ୟ ସରକାରଙ୍କ ତରଫରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରଓ୍ୱାଲ ଏବଂ ଜେ.ଏନ୍‌.ୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଛନ୍ତି । ଜେଏନୟୁରେ ଓଡ଼ିଆ ପାଠ୍ୟ ବିଷୟ ଅଧ୍ୟୟନ ପାଇଁ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ରାଜ୍ୟ ସରକାର ଏକକାଳୀନ ୧୦ କୋଟି ଟଙ୍କା ସହାୟତା ଦେବେ । ଏହି କେନ୍ଦ୍ର ଓଡ଼ିଆ ବିଷୟବସ୍ତୁ ଅଧ୍ୟୟନ ପାଇଁ ମାଷ୍ଟର ପ୍ରୋଗ୍ରାମ ଆରମ୍ଭ କରିବ । ଏହାଛଡା ଏହି କେନ୍ଦ୍ରରେ ବିଜୁ ପଟ୍ଟନାୟକଙ୍କ ନେତୃତ୍ବ ଓ ଶାସନ, ଜଗନ୍ନାଥ ସଂସ୍କୃତି ଓ ପ୍ରାଚୀନ ଓଡିଆ ସାହିତ୍ୟର ଗ୍ରନ୍ଥାବଳୀ ସମ୍ପର୍କିତ ଅଧ୍ୟୟନର ବ୍ୟବସ୍ଥା ରହିବ । ଓଡିଆ ଭାଷାରେ ପ୍ରଗତିଶୀଳ ଗବେଷଣା ନିମନ୍ତେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ସହଭାଗିତା ଓ ସହଯୋଗିତା , ଆମର ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ତଥା ପ୍ରୋତ୍ସାହନ ନିମନ୍ତେ ଉଲ୍ଲେଖନୀୟ ଭିତ୍ତି ନିର୍ମାଣ ଏହି ବୁଝାମଣା ପତ୍ରର ମୁଖ୍ୟ ଉଦ୍ଦ୍ୟେଶ୍ୟ । ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ସମୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା , ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ , ଓଡିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    19.2 ° C
    19.2 °
    19.2 °
    96 %
    1.6kmh
    16 %
    Thu
    19 °
    Fri
    27 °
    Sat
    29 °
    Sun
    28 °
    Mon
    28 °

    ସମ୍ବନ୍ଧିତ