Saturday, March 21, 2026
19.7 C
Odisha

    ଆଜି ବିଭିନ୍ନ ବିଭାଗରେ ନିଯୁକ୍ତ ହେବେ ୧୨୯୪ ଅଧିକାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ୧୨୯୪ଜଣଙ୍କୁ ନିଯୁକ୍ତି ଦେବେ ମୁଖ୍ୟମନ୍ତ୍ରୀ।
    ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି ପର୍ବରେ ୧୨୯୪ ଜଣ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇବାକୁ ଯାଉଛନ୍ତି। ଅର୍ଥ ବିଭାଗରେ ମୋଟ୍ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇବେ। ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ଜଣ କନିଷ୍ଠ କିରାଣୀ ଏବଂ ୮ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇବେ। ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ୍ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇବେ।କ୍ରୀଡା ବିଭାଗରେ କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ୧୬୦ ଜଣ କୃତି କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯିବ। ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    79 %
    0.7kmh
    99 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    37 °

    ସମ୍ବନ୍ଧିତ