Monday, October 19, 2026
21.9 C
Odisha

    କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ବିଜେଡି ବିଧାୟକ ବଳଭଦ୍ର ମାଝୀ

    ଆଗକୁ ପଢନ୍ତୁ

    ଭବାନୀପାଟଣା: ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝୀ ଆଜି ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। କଳାହାଣ୍ଡି ଜିଲ୍ଲା ସଦର ମହକୁମା ଭବାନୀପାଟଣାରେ ଆଜି ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ ବଳଭଦ୍ର ମାଝୀ ହାତ ଧରିଛନ୍ତି। ଏଥିଲାଗି ଆୟୋଜିତ ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଭାରୀ ଅଜୟ କୁମାର, ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ, ବିଧାୟକ ସନ୍ତେ‌ାଷ ସିଂ ସାଲୁଜା, ଅଧିରାଜ ପାଣିଗ୍ରାହୀ ଓ ତାରା ପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଥିଲେ। ନିଜ ଅଞ୍ଚଳର ଲୋକଙ୍କ ସ୍ୱାର୍ଥକୁ ଆଖିରେ ରଖି ସେ କଂଗ୍ରେସରେ ସାମିଲ ହୋଇଥିବା କହିଛନ୍ତି ବଳଭଦ୍ର ମାଝୀ।
    ସୂଚନାଯୋଗ୍ୟ, ଗତ ଜାନୁଆରି ୮ ତାରିଖରେ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝୀ। ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଥିଲେ।
    ଉଲ୍ଲେଖଯୋଗ୍ୟ, ଲଗାତାର ଭାବରେ ୧୯୯୦ ମସିହାରୁ ବଳଭଦ୍ର ମାଝୀ ଲାଞ୍ଜିଗଡ଼ ବିଧାନସଭାରୁ ୫ଥର ନିର୍ବାଚିତ ହୋଇଥିଲେ। ହେଲେ ୨୦୧୯ରେ ଦଳ ତାଙ୍କୁ ଟିକେଟ ଦେଇନଥିଲା। ଟିକେଟ କଟିବା ପରେ କର୍ମୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ତାପରେ ବି ସେ ବିଜେଡିରେ ସକ୍ରିୟ ଥିଲେ। ହେଲେ ଦଳରେ ଅବହେଳାର ଶିକାର ହୋଇଥିବା କାରଣରୁ ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ