Thursday, March 19, 2026
29.1 C
Odisha

    ବିଜେପିରେ ସାମିଲ ହେଲେ ରାୟଗଡା ଜିଲ୍ଲା ବିଜେଡି ନେତୃବୃନ୍ଦ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,ତା.୦୧/୦୩: ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି । ରାଜ୍ୟରେ ଭାରତୀୟ ଜନତା ପାର୍ଟି ହିଁ ଓଡ଼ିଶାରେ ଏକମାତ୍ର ବିକଳ୍ପ । ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି । ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ । ଓଡିଶାର ବିକାଶ ପାଇଁ ଆମେ କାର୍ଯ୍ୟ କରିବା ବୋଲି ସଂକଳ୍ପ ନେବା । ମୋଦିଜୀଙ୍କ ହାତମୁଠାକୁ ସୁଦୃଢ଼ କରିବା ପାଇଁ ପ୍ରତ୍ୟେକ ଦିନ ବିଭିନ୍ନ ଦଳ ତଥା ବିଭିନ୍ନ ଅନୁଷ୍ଠାନର ଲୋକ ବିଜେପିରେ ମିଶୁଛନ୍ତି ।
    ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାୟଗଡା ଜିଲ୍ଲା ବିଜେଡି ଉପସଭାପତି ତଥା ପୂର୍ବତନ ଏସଡିସି ଅଧ୍ୟକ୍ଷ ଜଗନ୍ନାଥ ନୁଣ୍ଡୁକା, ପୂର୍ବତନ ସମିତି ସଭ୍ୟ ରବି ନୁଣ୍ଡୁକା, ସୁକଦେବ ବେହେରା, ପୂର୍ବତନ ସରପଂଚ ତଥା ବିଜେଡି ନେତା ବେଣୁଧର ଗାଡକା ପ୍ରମୁଖ ଆନୁଷ୍ଠାନିକଭାବେ ବିଜେପିରେ ସାମିଲ ହୋଇଛନ୍ତି ।
    ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସୁଶାସନ, ଗରୀବ କଲ୍ୟାଣ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟପାଲ ସିଂହ ତୋମାର, ରାଜ୍ୟ ଉପସଭାପତି ଡ.ଲେଖାଶ୍ରୀ ସାମନ୍ତସିଂହାର, ବିରଂଚି ନାରାୟଣ ତ୍ରିପାଠୀ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ ।
    ଏହି ମିଶ୍ରଣ ପର୍ବରେ ରାଜ୍ୟ ଉପସଭାପତି ସୁକେଶୀ ଓରାମ, ରାଜ୍ୟ ସମ୍ପାଦିକା କସ୍ତୁରୀ ମିଶ୍ର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବଶଙ୍କର ଉଲାକା, ରାମଚନ୍ଦ୍ର ବେହେରା, କୋରାପୁଟ ଜିଲ୍ଲା ସଭାପତି ସୁମନ୍ତ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.1 ° C
    29.1 °
    29.1 °
    35 %
    0.5kmh
    100 %
    Thu
    30 °
    Fri
    34 °
    Sat
    33 °
    Sun
    35 °
    Mon
    36 °

    ସମ୍ବନ୍ଧିତ