Friday, January 30, 2026
17.9 C
Odisha

    ଜେପି ନଡ୍ଡା ରାଜ୍ୟସଭାର ନେତା ମନୋନୀତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ବିଜେପି ସଭାପତି ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ହେଲେ ରାଜ୍ୟସଭା ନେତା। ଆଜି ସଂସଦର ଉପର ଗୃହର ନେତା ଭାବେ ଜେପି ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି। ବିଜେପି ସରକାରର ତୃତୀୟ ପାଳିର କ୍ୟାବିନେଟରେ ନଡ୍ଡାଙ୍କୁ ମନ୍ତ୍ରୀ ପଦ ମିଳିଛି। ଚଳିତ ମାସ ପ୍ରାରମ୍ଭରେ ସେ ସ୍ୱାସ୍ଥ୍ୟ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ବ୍ୟତୀତ ତାଙ୍କୁ ରସାୟନ ଓ ସାର ମନ୍ତ୍ରଣାଳୟ ଦାୟିତ୍ୱ ମଧ୍ୟ ଦିଆଯାଇଛି। ବର୍ତ୍ତମାନ ସେ ରାଜ୍ୟସଭାର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ପିୟୂସ ଗୋଏଲଙ୍କ ସ୍ଥାନରେ ରାଜ୍ୟସଭାର ନେତା ଭାବେ ନଡ୍ଡାଙ୍କୁ ନିର୍ବାଚିତ କରାଯାଇଛି। ଲୋକସଭା ସଦସ୍ୟ ଭାବେ ଶପଥ ନେଇଛନ୍ତି ପୀୟୂଷ । ଆଜିଠୁ ଲୋକସଭା ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନରେ ସାଂସଦମାନେ ଶପଥ ଗ୍ରହଣ କରିଛନ୍ତି। ଭର୍ତ୍ତୃହରି ମହତାବ କାମଚଳା ବାଚସ୍ପତି ଭାବେ ଶପଥ ନେବା ପରେ ଅନ୍ୟ ସାଂସଦମାନେ ଶପଥପାଠ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    17.9 ° C
    17.9 °
    17.9 °
    65 %
    2.1kmh
    45 %
    Thu
    17 °
    Fri
    31 °
    Sat
    32 °
    Sun
    32 °
    Mon
    33 °

    ସମ୍ବନ୍ଧିତ