Monday, March 2, 2026
21.1 C
Odisha

    ଓଡିଶାରେ ଇଭି କାରଖାନା କରିବ ଜେଏସଡବ୍ଲୁ । ସ୍ୱାକ୍ଷର ହେଲା ବୁଝାମଣାପତ୍ର, ୪୦ ହଜାର କୋଟିର ହେବ ପୁଞ୍ଜି ନିବେଶ

    ଆଗକୁ ପଢନ୍ତୁ

    ଓଡ଼ିଶାରେ ବିଦ୍ୟୁତ୍ ଚାଳିତ ଗାଡି ଓ ବ୍ୟାଟେରୀ ନିର୍ମାଣ କାରଖାନା କରିବ ଜେଏସଡବ୍ଲ୍ୟୁ । ଏଥିପାଇଁ ଓଡ଼ିଶା ସରକାର ଏବଂ ଜେଏସଡବ୍ଲ୍ୟୁ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ମୁଖ୍ୟମନ୍ତ୍ରୀ, ଶିଳ୍ପ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି ।ଓଡ଼ିଶାରେ ପ୍ରଥମ ବିଦ୍ୟୁତ ଚାଳିତ ଗାଡି ଓ ବ୍ୟାଟେରୀ ନିର୍ମାଣ କାରଖାନା କରାଯିବ । ଏଥିପାଇଁ ୪୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହେବ । ଇଭି କାରଖାନା ହେଲେ ୧୧ ହଜାର ଯୁବପିଢିଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି ହୋଇପାରିବ । ଆନୁସଙ୍ଗିକ ଶିଳ୍ପ ଉଦ୍ୟୋଗ ମାନଙ୍କ ପାଇଁ ମଧ୍ୟ ସୁଯୋଗ ସୃଷ୍ଟି ହେବ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିଳ୍ପାୟନ ଦ୍ୱାରା ରାଜ୍ୟର ଯୁବବର୍ଗଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି । ଏହି ସବୁ ନୂତନ ଶିଳ୍ପ ହେବା ଦ୍ୱାରା ରାଜ୍ୟବାସୀ ଉପକୃତ ହେବେ ଏବଂ ରାଜ୍ୟ ବିଶ୍ୱ ମାନଚିତ୍ରରେ ଏକ ଶିଳ୍ପ ଶକ୍ତି ଭାବେ ଗଢି ଉଠିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.1 ° C
    21.1 °
    21.1 °
    44 %
    1.2kmh
    8 %
    Mon
    35 °
    Tue
    36 °
    Wed
    37 °
    Thu
    38 °
    Fri
    38 °

    ସମ୍ବନ୍ଧିତ