Monday, May 25, 2026
32.8 C
Odisha

    ମାଲକାନଗିରିର କନିଷ୍ଠ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମାଲକାନଗିରି କାଡା ଡିଭିଜନର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ସେ ନିଜ ଆୟର ୨୩୬ ପ୍ରତିଶତ ସଂପତ୍ତି ଠୁଳ କରିଥିବା ଜଣାଯାଇଛି। ମାଲକାନଗିରିର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଥିଲା । ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଥିଲା ଭିଜିଲାନ୍ସ । ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଥିଲା । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୭ଟି ସ୍ଥାନରେ ଚଢ଼ାଉ କରିଥିଲା।
    ମାଲକାନଗିରିର ଭଡ଼ାଘର ଓ କାର୍ଯ୍ୟାଳୟ ସମେତ ବାଲେଶ୍ୱର, ଜଳେଶ୍ୱର ଓ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି । ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସପିଙ୍କ ସହ ୩ ଜଣ ଡ଼ିଏସପି, ୮ ଜଣ ଇନ୍ସପେକ୍ଟର, ୮ ଜଣ ଏସଆଇ ସାମିଲ ଥିଲେ। ବାଲେଶ୍ୱର ଜଳେଶ୍ୱରରେ ଥିବା ୩ ମହଲା କୋଠା, ଭୁବନେଶ୍ୱର ରଘୁନାଥପୁରରେ ଥିବା ଫ୍ଲାଟ, ପୋଖରୀପୁଟରେ ଥିବା ସମ୍ପର୍କୀୟଙ୍କ ଘର ପ୍ରମୁଖ ସ୍ଥାନରେ ଚଢ଼ାଉ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    32.8 ° C
    32.8 °
    32.8 °
    36 %
    2.7kmh
    62 %
    Mon
    31 °
    Tue
    44 °
    Wed
    46 °
    Thu
    46 °
    Fri
    45 °

    ସମ୍ବନ୍ଧିତ