Saturday, September 26, 2026
24.4 C
Odisha

    ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

    ଆଗକୁ ପଢନ୍ତୁ

    କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଆଜି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି | ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ରାଜ୍ୟପାଳ, ପୁଲିସ ଡ଼ିଜିଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ | ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ | ଜଷ୍ଟିସ ସିଂହ ୧୯୬୩, ଜାନୁଆରି ୨୦ରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀ ବିଶ୍ବବିଦ୍ୟାଳୟ (କ୍ୟାମ୍ପସ ଲ୍‌ ସେଣ୍ଟର)ରୁ ଏଲ୍‌ଏଲ୍‌.ବି. ଡିଗ୍ରି ହାସଲ କରିବା ପରେ ୧୯୯୦, ଅକ୍ଟୋବର ୩୦ରେ ସେ ଆଇନଜୀବୀ ଭାବେ ଯୋଗ ଦେଇଥିଲେ। ୧୯୯୮ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା ପାଇଁ ଅତିରିକ୍ତ ଷ୍ଟାଣ୍ଡିଂ କାଉନସେଲ ଭାବେ ତାଙ୍କୁ ନିଯୁକ୍ତି ମିଳିଥିଲା। ଆଇନଜୀବୀ ପେସାର ପ୍ରାରମ୍ଭିକ ପର୍ଯ୍ୟାୟରେ ସେ ପାଟନା ହାଇକୋର୍ଟର କାଉନସେଲ ଭାବେ ପ୍ୟାନେଲରେ ସ୍ଥାନ ପାଇଥିଲେ।ପାଟନା ହାଇକୋର୍ଟରେ ଆକାଉଣ୍ଟାଣ୍ଟ ଜେନେରାଲ କାର୍ଯ୍ୟାଳୟ ପକ୍ଷରୁ ମାମଲା ପରିଚାଳନା ପାଇଁ ଭାରତର ସିଏଜିଙ୍କ ତରଫରୁ ତାଙ୍କୁ ପ୍ୟାନେଲ କାଉନସେଲ ଭାବେ ନିଯୁକ୍ତି ଦିଆଯାଇଥିଲା। ସେ ମେଡିଏଟରର ଭାବେ ୨୦୦୬ରେ ତାଲିମ ଗ୍ରହଣ କରିଥିଲେ ଓ ପାଟନା ହାଇକୋର୍ଟ ମେଡିଏସନ୍ ସେଣ୍ଟରରେ ମେଡିଏଟର ଭାବେ ନିଯୁକ୍ତି ପାଇଥିଲେ। ୨୦୧୦, ସେପ୍ଟେମ୍ବର ୧୮ରୁ ତାଙ୍କୁ ବରିଷ୍ଠ ଆଇନଜୀବୀ ମାନ୍ୟତା ମିଳିଥିଲା। ୨୦୧୦, ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ପାଇଥିଲେ। ଏହି ପଦବିରେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ୨୦୧୨, ଏପ୍ରିଲ ୫ରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ତାଙ୍କୁ ୨୦୨୩, ଫେବ୍ରୁଆରି ୬ରେ ପାଟନା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ବ ମିଳିଥିଲା।୨୦୨୩, ନଭେମ୍ବର ୨ରେ ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.4 ° C
    24.4 °
    24.4 °
    94 %
    2.9kmh
    100 %
    Fri
    24 °
    Sat
    30 °
    Sun
    29 °
    Mon
    29 °
    Tue
    30 °

    ସମ୍ବନ୍ଧିତ