Tuesday, September 22, 2026
24 C
Odisha

    କଳାକାରମାନଙ୍କ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୮୦ ହଜାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି । ଘୋଷଣା ଅନୁଯାୟୀ, ଏହି ଯୋଜନାର ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ ବର୍ଷରୁ ଉର୍ଦ୍ଧ କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ବାରା ରାଜ୍ୟର ୮୦ ହଜାର କଳାକାର ଉପକାର ପାଇବେ।। ପୂର୍ବରୁ ଏହି ଯୋଜନାର ୫୦,୦୦୦ କଳାକାର ମାନଙ୍କୁ ମାସିକ ଟ୧୨୦୦/-ଙ୍କା(ବାରଶହ) ଆଧାରରେ ସହାୟତା ରାଶି ପ୍ରଦାନ କରାଯାଉଥିଲା । ମାତ୍ର ବର୍ତ୍ତମାନ ଏହି ଯୋଜନାର ଧାର୍ଯ୍ୟ ଲକ୍ଷ୍ୟ ୮୦,୦୦୦ କୁ ବୃଦ୍ଧି କରାଯାଇଅଛି ଯାହାଦ୍ୱାରା ଆହୁରି ରାଜ୍ୟର ୩୦,୦୦୦ କଳାକାର ଏଥିରେ ଉପକୃତ ହୋଇପାରିବେ ।
    ଏହି କ୍ରମରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା ନିୟମାବଳୀର ନିୟମ ୪, ଉପ ନିୟମ (ii)ରେ ଉଲ୍ଲେଖଥିବା କଳାକାରମାନଙ୍କର ବାର୍ଷିକ ଆୟର ସୀମାକୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ନିର୍ବିଶେଷରେ ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଅଛି ।
    ଅଶି ବର୍ଷ ପର୍ଯ୍ୟନ୍ତ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୦୦୦/-ଙ୍କା (ଦୁଇ ହଜାର ଟଙ୍କା)କୁ ଓ ଅଶି ବର୍ଷରୁ ଊର୍ଦ୍ଧ୍ଵ କଳାକାରମାନଙ୍କର କଳାକାର ସହାୟତା ରାଶି ଟ୧୨୦୦/-ଙ୍କା (ବାରଶହ ଟଙ୍କା)ରୁ ଟ୨୫୦୦/-ଙ୍କା (ଦୁଇ ହଜାର ପାଞ୍ଚଶହ ଟଙ୍କା)କୁ ବୃଦ୍ଧି କରାଯାଇଅଛି । ଉକ୍ତ ବର୍ଦ୍ଧିତ ସହାୟତା ରାଶି ଚଳିତ ଫେବୃଆରୀ ମାସରୁ ଲାଗୁ କରାଯିବ ଏବଂ DBT ମାଧ୍ୟମରେ ଫେବୃଆରୀ ମାସ ୨୦ତାରିଖରୁ ୨୫ତାରିଖ ମଧ୍ୟରେ ପ୍ରଦାନ କରାଯିବ ।
    ଏହି ଯୋଜନାରେ ସହାୟତା ରାଶି ବୃଦ୍ଧି ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଏହା ଋଦ୍ଧିମନ୍ତ କରିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    98 %
    1.7kmh
    100 %
    Tue
    24 °
    Wed
    26 °
    Thu
    28 °
    Fri
    29 °
    Sat
    28 °

    ସମ୍ବନ୍ଧିତ