Wednesday, October 22, 2025
24.1 C
Odisha

    ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା ।  ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି । ଆଜି ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ଗଜପତି ଓ ଗଞ୍ଜାମକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।  ଏସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ବହିବ ପବନ ।

    ସେହିପରି କାଳବୈଶାଖୀ ପାଇଁ ୨୨ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । ଆଗାମୀ ୫ ଦିନରେ ଦିନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ ।  ପରବର୍ତ୍ତୀ ଦୁଇ ଦିନରେ ବିଭିନ୍ନ ଜିଲ୍ଲାରେ ପାରଦ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.1 ° C
    24.1 °
    24.1 °
    81 %
    1.3kmh
    15 %
    Wed
    24 °
    Thu
    29 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ