Tuesday, June 2, 2026
28.4 C
Odisha

    ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା ।  ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି । ଆଜି ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ଗଜପତି ଓ ଗଞ୍ଜାମକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।  ଏସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ବର୍ଷା ସହ କୁଆପଥର ମାଡ଼ର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ବହିବ ପବନ ।

    ସେହିପରି କାଳବୈଶାଖୀ ପାଇଁ ୨୨ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଆସନ୍ତା ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । ଆଗାମୀ ୫ ଦିନରେ ଦିନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ ।  ପରବର୍ତ୍ତୀ ଦୁଇ ଦିନରେ ବିଭିନ୍ନ ଜିଲ୍ଲାରେ ପାରଦ୨ରୁ ୩ ଡିଗ୍ରୀ ସେଲସିୟସ ବଢ଼ିପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.4 ° C
    28.4 °
    28.4 °
    63 %
    2.6kmh
    76 %
    Tue
    28 °
    Wed
    40 °
    Thu
    41 °
    Fri
    43 °
    Sat
    43 °

    ସମ୍ବନ୍ଧିତ