Saturday, October 10, 2026
22.4 C
Odisha

    ୯ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କଲେ କାର୍ତ୍ତିକ ପାଣ୍ଡିଆନ

    ଆଗକୁ ପଢନ୍ତୁ

    ୯ଟି ପ୍ରସଙ୍ଗରେ ବିଜେପିକୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ବିଜେପିର ୯ ସେଲ୍ଫ ଗୋଲ କଥା କହି ସମାଲୋଚନା କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମହାପ୍ରଭୁ ଜଗନ୍ନାଥ ଓ ଶ୍ରୀମନ୍ଦିରକୁ ରାଜନୀତିକୁ ଟାଣିବାକୁ ପସନ୍ଦ କରୁନାହାନ୍ତି ଓଡ଼ିଶା ବାସୀ। ବାହାରୁ ନେତା, କେନ୍ଦ୍ରମନ୍ତ୍ରୀ ଆସି ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ଭାଷାରେ ଅସମ୍ମାନ ଗାଳି ଗୁଲଜ କରୁଛନ୍ତି। ଯାହାକୁ ଓଡ଼ିଶା ବାସୀ ପସନ୍ଦ କରୁନାହାନ୍ତି।

    ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ବିଜେପି ସରକାରକୁ ଆସିଲେ ମିଶନଶକ୍ତି ବନ୍ଦ କରିବେ। ନିର୍ବାଚନ ଇସ୍ତାହାର ରେ ମିଶନଶକ୍ତିକୁ ବନ୍ଦ କରିବାକୁ ବିଜେପି କହିଛି। ମିଶନଶକ୍ତି କୁ ବନ୍ଦ କରିବାକୁ ବିଜେପି ଷଡଯନ୍ତ୍ର କରୁଛି। BSKY ବନ୍ଦ କରି ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବାକୁ ବିଜେପି ଇସ୍ତାହାର ଘୋଷଣା କରିଛି। ଆୟୁଷ୍ମାନ ଭାରତ କେବଳ ବିପିଏଲ ପରିବାର ପାଇଁ । କିନ୍ତୁ BSKY ଯୋଜନା ସମସ୍ତଙ୍କ ପାଇଁ। ରାଜ୍ୟର ୯୦ ପ୍ରତିଶତ ଲୋକ ସୁବିଧା ପାଉଛନ୍ତି। ଆଗକୁ BSKY ନବୀନ କାର୍ଡରେ ସମସ୍ତଙ୍କୁ ସାମିଲ କରାଯିବ। ଯୁବ କ୍ଷେତ୍ରକୁ ଗୁରୁତ୍ଵ ଦେଇ ନବୀନ ସରକାର 5T ସ୍କୁଲ , 5T କଲେଜ, ଯୁବ ବଜେଟ ବ୍ୟବସ୍ଥା କରିଛନ୍ତି। ୯୮ ପ୍ରତିଶତ ପିଲାଙ୍କ ପାଇଁ ନୂଆ ଓ ଛାତ୍ର ବୃତ୍ତି ଯୋଜନା ଆରମ୍ଭ ହୋଇଛି। ଯୁବକଙ୍କ ପାଇଁ ବିଜେପି ଇସ୍ତାହାର ରେ କିଛି ନଥିବା ବେଳେ ଏହାକୁ ବନ୍ଦ କରିବାକୁ ଯୋଜନା କରୁଛି ବିଜେପି। ମୁଖ୍ୟମନ୍ତ୍ରୀ ଆଦିବାସୀଙ୍କ ପରିଚୟ ପାଇଁ SDC ଗଠନ କରିଛନ୍ତି। ଡବଲ ଇଞ୍ଜିନ ଚାଲିଥିବା ରାଜ୍ୟରେ ଅଧିକ ଆଦିବାସୀ ଥାଇ ବି SDC ଗଠନ କରାଯାଇ ନାହିଁ। ବିଜେପି ସରକାରକୁ ଆସିଲେ ଏହାକୁ ବନ୍ଦ କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ