Monday, May 12, 2025
42 C
Odisha

    ଯୁବପିଢ଼ିଙ୍କ ପାଇଁ ନବୀନ ଆଣିବେ ସୁବର୍ଣ୍ଣ ଯୁଗ: ପାଣ୍ଡିଆନ୍

    ଆଗକୁ ପଢନ୍ତୁ

    ଯୁବପିଢ଼ିଙ୍କ ପାଇଁ ନବୀନ ଆଣିବେ ସୁବର୍ଣ୍ଣ ଯୁଗ । ଆଗାମୀ ୧୦ ବର୍ଷ ଯୁବ ପୀଢ଼ିଙ୍କ ପାଇଁ ୫ଟି ଗ୍ୟାରେଣ୍ଟି ଆଣିଛନ୍ତି। ରାଜ୍ୟର ଯୁବପିଢ଼ିଙ୍କ ପାଇଁ ଆଗାମୀ ପ୍ଲାନ୍ ବାବଦରେ ସୂଚନା ଦେଇଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୁବପିଢିଙ୍କ ଦ୍ଵାରା ବିକଶିତ ଓଡିଶା ଗଠନ କରିବାକୁ ଲକ୍ଷ୍ୟ ରଖିଛନ୍ତି । ଦେଶର ପ୍ରଥମ ରାଜ୍ୟ ଭାବେ ଓଡିଶା ୧ ଲକ୍ଷ କୋଟିର ଯୁବ ବଜେଟ ଆଣିବ। ଯୁବକଙ୍କ ପାଇଁ ୧୦ ବର୍ଷରେ ଖର୍ଚ୍ଚ ହେବ ଏହି ଅର୍ଥ। ପ୍ରତିବର୍ଷ ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ସେଥିରୁ ୧ ହଜାର କୋଟି ଟଙ୍କା ଛାତ୍ର ଛାତ୍ରୀଙ୍କ ମତାମତ ଆଧାରରେ ଖର୍ଚ୍ଚ ହେବ। ଦେଶର ପ୍ରଥମ ରାଜ୍ୟ ଭାବେ ଏଭଳି ଯୋଜନା କରିଛି ଓଡ଼ିଶା। ରାଜ୍ୟର ଯୁବକଙ୍କୁ ବିଶ୍ବସ୍ତରୀୟ ସୁବିଧା ଦେବାକୁ ପ୍ଲାନ୍ କରାଯାଇଛି ବୋଲି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି । ଛାତ୍ର ଛାତ୍ରୀଙ୍କ ଉଚ୍ଚଶିକ୍ଷା, ଦକ୍ଷତା ବିକାଶ, ରୋଜଗାର ବୃଦ୍ଧି ପାଇଁ ଯୋଜନା ରହିଛି। ଯୁବ ପୀଢ଼ିଙ୍କ ଜରିଆରେ ନୂଆ ଓଡିଶା ଗଠନ ପାଇଁ ଲକ୍ଷ ରଖିଛନ୍ତି ସରକାର । ବହୁ ପୂର୍ବରୁ ଏହି ଯୋଜନା ଆରମ୍ଭ ହୋଇଛି। ସେହି କ୍ରମରେ ସ୍କୁଲ ରୂପାନ୍ତରଣ, କଲେଜ ରୂପାନ୍ତରଣ ନେଇ ପଦକ୍ଷେପ ଆରମ୍ଭ ହୋଇଛି। ୮ ହଜାର ସ୍କୁଲ ରୂପାନ୍ତରଣ ହୋଇଛି। ୧ ହଜାର କଲେଜ ବି ରୂପାନ୍ତରଣ ହୋଇଛି। ଆଗକୁ ବି କଲେଜ ରୂପାନ୍ତରଣ ଜାରି ରହିବ। ଘରୋଇ ସ୍କୁଲ ଅପେକ୍ଷା ସରକାରୀ ସ୍କୁଲ ରେ ଅଧିକ ସୁବିଧା ମିଳିବ। ଦକ୍ଷତା ବିକାଶରେ ଓଡ଼ିଶା ଏକ ନମ୍ବର ହୋଇଛି। ମୁଖ୍ୟମନ୍ତ୍ରୀ ଯୁବ ପୀଢ଼ିଙ୍କ ସହିତ ରହିଛନ୍ତି। ଯୁବପିଢ଼ି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ୨୦୨୪ ରୁ ୨୦୩୪ ଯାଏ ୧୦ ବର୍ଷ ଭିତରେ ଓଡିଶା ସବୁ କ୍ଷେତ୍ରରେ ଅଗ୍ରଣୀ ରାଜ୍ୟରେ ପରିଣତ କରିବାକୁ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ରଖିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    42 ° C
    42 °
    42 °
    17 %
    4.3kmh
    19 %
    Mon
    42 °
    Tue
    42 °
    Wed
    43 °
    Thu
    44 °
    Fri
    43 °

    ସମ୍ବନ୍ଧିତ