Wednesday, October 23, 2024
21.7 C
Odisha

    କେନ୍ଦ୍ରାପଡାରେ ନବୀନଙ୍କ ପ୍ରଚାର: ପୂର୍ବତନ ସାଂସଦଙ୍କୁ ଜୋରଦାର ଟାର୍ଗେଟ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ନାଁ ନ ନେଇ ପୂର୍ବତନ ସାଂସଦଙ୍କୁ ଜୋରଦାର ଟାର୍ଗେଟ । କେନ୍ଦ୍ରାପଡାର ଜଣଙ୍କୁ ୧୦ ବର୍ଷ ସାଂସଦ କଲି । ସେ ନିଜ କମ୍ପାନୀକୁ ଲାଭ ଦେଇ ମୋ ସହ ଓ କେନ୍ଦ୍ରାପଡାବାସୀଙ୍କ ସହ ବିଶ୍ବାସଘାତକତା କରିଥିବା ପ୍ରଚାର ବେଳେ କହିଲେ ନବୀନ । ଏଥର ଯୋଡି ଶଙ୍ଖରେ ଭୋଟ ଦେଇ ଉପଯୁକ୍ତ ପ୍ରାର୍ଥୀ ବାଛିବାକୁ ନିର୍ବାଚନୀ ସଭାରେ ନିବେଦନ କଲେ ନବୀନ । ସେହିପରି କେନ୍ଦ୍ରାପଡା ପ୍ରତି ଥିବା ମୁଖ୍ୟମନ୍ତ୍ରୀଙ୍କ ସମର୍ପଣ ଭାବକୁ ଦର୍ଶାଇଛନ୍ତି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ । କେନ୍ଦ୍ରାପଡାରେ ବିଶ୍ବର ବୃହତ ଇଣ୍ଡଷ୍ଟ୍ରି ନିପନ ଷ୍ଟିଲ ପ୍ରତିଷ୍ଠା ପାଇଁ ନବୀନଙ୍କ ପ୍ରଚେଷ୍ଟାକୁ ବର୍ଣ୍ଣନା କରିଛନ୍ତି ପାଣ୍ଡିଆନ। ୮ ଘଣ୍ଟା ଧରି କିଭଳି ନବୀନ ବିମାନରେ ଯାତ୍ରା କରି ଜାପାନରେ ପହଞ୍ଚିଥିଲେ ସେ ନେଇ ମଧ୍ୟ କେନ୍ଦ୍ରାପଡାରେ କହିଛନ୍ତି ପାଣ୍ଡଆନ ।ଆହୁରି କହିଛନ୍ତି ଯେ ସାଂସଦ ହେବା ପରେ ତାଙ୍କ ଘରୋଇ କମ୍ପାନୀର କେତେ ପରିମାଣର ଲାଭ ହୋଇଛି ? ପାର୍ଲାମେଣ୍ଟ ଫାଇନାନ୍ସ କମିଟିରେ ସଦସ୍ୟ ଥିବାବେଳେ ନିଜ କମ୍ପାନୀର ହଜାର ହଜାର ଟଙ୍କାର ଲୋନ୍‌ ଛାଡ କରିଥିଲେ । ନିଜ ପାଇଁ ରେଲୱେ ସାଇଡିଂ ଆଣି ପୂର୍ବତନ ସାଂସଦ କେନ୍ଦ୍ରାପଡାକୁ ଭୁଲିଗଲେ। ତେବେ ପାର୍ଲାମେଣ୍ଟ ଫାଇନାନ୍ସର କମିଟିର ସଭାପତି ଦାୟିତ୍ବ ନ ମିଳିବା ପରେ ସେଥିପାଇଁ ସେ ରାଗ ରଖି ନବୀନଙ୍କୁ ନେଇ ଗୁଜବ ସୃଷ୍ଟି କଲେ । ନିଜ ଘରୋଇ ଟିଭି ଚ୍ୟାନେଲରେ ନବୀନ ଅସୁସ୍ଥତା ଥିବା ନେଇ ଖବର ପ୍ରସାରଣ କଲେ । ୨୦୧୫ ମସିହାରୁ ନବୀନ ଅସୁସ୍ଥ ଥିବା ନେଇ ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କୁ ପୂର୍ବତନ ସାଂସଦ ବୁଲି ବୁଲି କହିଥିବା କହିଛନ୍ତି ପାଣ୍ଡିଆନ୍‌

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ