Friday, October 9, 2026
23.3 C
Odisha

    ନିଜ ପ୍ରତିଭା ପରିପ୍ରକାଶ କରିବାର ଏକ ଭଲ ପ୍ଲାଟଫର୍ମ ହେଉଛି ନୂଆ-ଓ କାର୍ଯ୍ୟକ୍ରମ’

    ଆଗକୁ ପଢନ୍ତୁ

    କେନ୍ଦୁଝର: କେନ୍ଦୁଝର ଜିଲ୍ଲାକୁ ଦିନିକିଆ ଗସ୍ଥରେ ଆସି ‘ନୂଆ ଓ’ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି 5ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଧରଣୀଧର ମେଡ଼ିକାଲ କଲେଜ ସମ୍ମୁଖ ଅସ୍ଥାୟୀ ହେଲିପ୍ୟାଡରେ ଅଵତରଣ କରି ବିଶ୍ୱବିଦ୍ୟାଳୟ ଖେଳ ପଡିଆରେ ଆୟୋଜିତ ‘ନୂଆ ଓ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେଠାରେ ଉପସ୍ଥିତ ହଜାରହଜାର ଛାତ୍ରଛାତ୍ରୀଙ୍କୁ ‘ନୂଆ ଓ’ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ। ସେଠାରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ପିଲାମାନଙ୍କର ପାଠ ପଢା ସହିତ ଲୁକ୍କାୟିତ ପ୍ରତିଭାର ବିକାଶ ପାଇଁ ଏଭଳି କାର୍ଯ୍ୟକ୍ରମ ପ୍ରତ୍ୟେକ ବର୍ଷ କରିବାକୁ ମନସ୍ଥ କରିଛନ୍ତି ବୋଲି କହିଥିଲେ। ଏହାସହ ୟୁନିଭର୍ସିଟିରେ ଚାଲିଥିବା ଉନ୍ନୟନ କାମ ଦେଢ଼ ମାସ ମଧ୍ୟରେ ଶେଷ ହେବା ନେଇ ପ୍ରତିଶ୍ରୁତି ଦେଇଛନ୍ତି । ପିଲାମାନଙ୍କ ସହ କଥା ହୋଇ 5T ଅଧ୍ୟକ୍ଷ କହିଥିଲେ, ‘ନିଜ ପ୍ରତିଭା ପରିପ୍ରକାଶ କରିବାର ଏକ ଭଲ ପ୍ଲାଟଫର୍ମ ହେଉଛି ନୂଆ-ଓ କାର୍ଯ୍ୟକ୍ରମ । କଲେଜ, ବ୍ଲକ ଓ ଜିଲ୍ଲା ସ୍ତରରେ ପ୍ରତିଯୋଗିତା ହେଉଛି । ଏହା ଆପଣମାନଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ଏଥିରେ ଅଂଶଗ୍ରହଣ କରିବା ଆପଣଙ୍କ ପାଇଁ ବହୁତ ଗୁରୁତ୍ବପୂର୍ଣ୍ଣ । ଜିତିବା ଯେତିକି ବଡ଼ କଥା ନୁହେଁ ଅଂଶ ଗ୍ରହଣ କରିବା ତା’ଠାରୁ ଅଧିକ ବଡ଼ । କାରଣ, ଏହା ଆପଣଙ୍କ ପ୍ରତିଭାକୁ ଆହୁରି ଶାଣିତ କରିବ ।’

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.3 ° C
    23.3 °
    23.3 °
    75 %
    1.7kmh
    3 %
    Fri
    23 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ