Monday, April 6, 2026
23.6 C
Odisha

    ଲଘୁଚାପ ପାଇଁ ମତ୍ସ୍ୟଜୀବୀଙ୍କୁ ୨୩ରୁ ସମୁଦ୍ର ମନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସମ୍ଭାବ୍ୟ ଲଘୁଚାପ ମତ୍ସ୍ୟଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି ହୋଇଛି। ୨୩ରୁ ସମୁଦ୍ର ମନା । ଏ ନେଇ ଏସଆରସିଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୨ ମେ’ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବା ସମ୍ଭାବନା ରହିଛି। ଝଟକା ପବନର ଗତି ୬୦କିମି ପ୍ରତି ଘଣ୍ଟା ହେବାର ଅନୁମାନ କରାଯାଇଛି। ୨୪ ସକାଳୁ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି। ସେତେବେଳେ ପବନର ଗତି ଘଣ୍ଟାକୁ ୫୦ରୁ ୬୦ ଓ ସ୍ଥଳବିଶେଷରେ ୭୦ କିମି ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୨୩ ତାରିଖ ସକାଳୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ଓ ଉତ୍ତର ବଙ୍ଗୋପସାଗର ନଯିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ୨୩ ପୂର୍ବରୁ କୂଳକୁ ଫେରି ଆସିବାକୁ କୁହାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    73 %
    1.7kmh
    3 %
    Sun
    24 °
    Mon
    38 °
    Tue
    35 °
    Wed
    37 °
    Thu
    37 °

    ସମ୍ବନ୍ଧିତ