Sunday, March 29, 2026
39.1 C
Odisha

    ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରତ୍ନଭଣ୍ଡାର ନିଶ୍ଚିତ ଖୋଲା ଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ। ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି। ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍‌ଲାଇନ୍‌ ବିଭାଗ ପକ୍ଷରୁ ଜଣାଇ ଦିଆଯିବ।ଖୁବ ଶୀଘ୍ର ରତ୍ନ ଭଣ୍ଡାର ଖୋଲିବା ନିଷ୍ପତ୍ତି ନିଆଯିବ ଓ ରତ୍ନ ଅଳଙ୍କାର ଗଣତି କରାଯିବ। ଆଜି ଲୋକସେବା ଭବନରେ ଦାୟିତ୍ୱ ଗ୍ରହଣ କରିଛନ୍ତି ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏହି ଅବସରରେ ସେ ଏଭଳି ସୂଚନା ଦେଇଛନ୍ତି। ଅଗଷ୍ଟ ପ୍ରଥମ ସପ୍ତାହରେ ଭୁବନେଶ୍ୱର କୋର୍ଟ କମ୍ପ୍ଲେକ୍ସ ଉଦଘାଟନ କରିବା ପାଇଁ ପଦକ୍ଷେପ ନିଆଯାଇଛି ବୋଲି ବି ଆଇନ ମନ୍ତ୍ରୀ କହିଛନ୍ତି।

    ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆହୁରି କହିଛନ୍ତି, ଆଇନ୍, ପୂର୍ତ୍ତ ଓ ଅବକାରୀ ଭଳି ତିନୋଟି ବିଭାଗ କିଭଳି ରାଜ୍ୟବାସୀଙ୍କ ସେବାରେ ଲାଗି ପାରିବ ତାହା ହିଁ ମୋର ପ୍ରାଥମିକତା। ୧୦୦ ଦିନିଆ, ବର୍ଷିକିଆ, ଓ ୫ ବର୍ଷିଆ ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଉଛି। ଭୁବନେଶ୍ୱର କୋର୍ଟ କମ୍ପ୍ଲେକ୍ସ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଆଜି ଅପରାହ୍ଣରେ ପୂର୍ତ୍ତ ବିଭାଗର ଅଧିକାରୀଙ୍କ ସହ ସମୀକ୍ଷା କରିବି। ଅଗଷ୍ଟ ପ୍ରଥମ ସପ୍ତାହରେ ଭୁବନେଶ୍ୱର କୋର୍ଟ କମ୍ପ୍ଲେକ୍ସ ଉଦଘାଟନ କରିବା ପାଇଁ ପଦକ୍ଷେପ ନିଆଯାଇଛି। ଭୁବନେଶ୍ୱରର ଆଇନଜୀବୀମାନେ ତମ୍ଭୁ ତଳେ ବସିଥିବା ଦେଖି ଖରାପ ଲାଗୁଛି। ତେଣୁ ତୁରନ୍ତ କାମ ଶେଷ ପାଇଁ ବିଭାଗ ପଦକ୍ଷେପ ନେଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.1 ° C
    39.1 °
    39.1 °
    12 %
    3.7kmh
    2 %
    Sun
    39 °
    Mon
    41 °
    Tue
    38 °
    Wed
    40 °
    Thu
    40 °

    ସମ୍ବନ୍ଧିତ