Tuesday, October 6, 2026
22.3 C
Odisha

    ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ନୟାଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ। ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଜିର ଶୁଭାରମ୍ଭ ପରେ ୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍‌ ଚାଲିଲା। ଏହା ଦ୍ୱାରା ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ । ଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ ୨୨ଟି ବସ୍‌ ଚାଲିଲା ଏବଂ, ୧୫.୫୦ଲକ୍ଷ ଲୋକ ଉପକୃତ ହେଲେ । ପୁରୀର ୪୩୩ଟି ପଞ୍ଚାୟତରେ ୪୪ଟି ବସ୍‌ ଚାଲିଲା ଏବଂ ୧୪ ଲକ୍ଷ ୬୦ ହଜାର ଲୋକ ଉପକୃତ ହେଲେ । କେନ୍ଦ୍ରାପଡାର ୧୯୬ଟି ପଞ୍ଚାୟତରେ ୩୭ଟି ବସ୍‌ ଚାଲିଲା ଏବଂ ୧୧ ଲକ୍ଷ ୩୭ ହଜାର ଲୋକ ଉପକୃତ ହେଲେ । ଭଦ୍ରକର ୧୫୮ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଏବଂ ୧୦ ଲକ୍ଷ ୮୦ ହଜାର ଲୋକ ଉପକୃତ ହେଲେ। ଯାଜପୁରର ୨୩୩ଟି ପଞ୍ଚାୟତରେ ୩୯ଟି ବସ୍‌ ଚାଲିଲା ଏବଂ ୧୩ ଲକ୍ଷ ୭୦ ହଜାର ଲୋକ ଉପକୃତ ହେଲେ। ସେହିଭଳି ନୟାଗଡର ୧୮୯ଟି ପଞ୍ଚାୟତରେ ୩୧ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୯ ଲକ୍ଷ ୩୪ ହଜାର ଲୋକ ଉପକୃତ ହେଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    79 %
    1kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ