Friday, June 19, 2026
26.5 C
Odisha

    ୩୦ଟି ଜିଲ୍ଲାର ୯୫ % ପଞ୍ଚାୟତକୁ ବ୍ଲକ ସହିତ ଯୋଡିଲା ଲକ୍ଷ୍ମୀ ବସ୍‌

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ୟ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ । ଆଜି ୫ଟି ଜିଲ୍ଲାର ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍‌ ଚାଲିଲା ଏବଂ ଏହା ଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ। ବାଲେଶ୍ୱର ଜିଲ୍ଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍‌ ଚାଲିଲା ଓ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହେଲେ। ନୂଆପଡାର ୧୨୩ଟି ପଞ୍ଚାୟତରେ ୨୫ଟି ବସ୍‌ ଚାଲିଲା ଓ ୫ ଲକ୍ଷ ୭୪ ହଜାର ଲୋକ ଉପକୃତ ହେଲେ। ବୌଦ୍ଧର ୫୫ଟି ପଞ୍ଚାୟତରେ ୧୦ଟି ବସ୍‌ ଚାଲିଲା ଏବଂ ୩ ଲକ୍ଷ ୫୩ ହଜାର ଲୋକ ଉପକୃତ ହେଲେ। ଗଞ୍ଜାମର ୪୩୩ଟି ପଞ୍ଚାୟତରେ ୧୩୦ଟି ବସ୍‌ ଚାଲିଲା ଏବଂ ୩୪ ଲକ୍ଷ ୪୭ ହଜାର ଲୋକ ଉପକୃତ ହେଲେ। ସେହିପରି ଜଗତସିଂହପୁରର ୧୩୧ଟି ପଞ୍ଚାୟତରେ ୪୨ଟି ବସ୍‌ ଚାଲିବା ସହିତ ୭ ଲକ୍ଷ ୫୦ ହଜାର ଲୋକ ଉପକୃତ ହେଲେ। ଏହା ଫଳରେ ଆଜି ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଚଳାଚଳ ଆରମ୍ଭ କରିଛି। ସମୁଦାୟ ୩୦ଟି ଜିଲ୍ଲାରେ ୧୩୫୪ଟି ବସ୍‌ ଚାଲିବା ଆରମ୍ଭ କରିଛି ଏବଂ ଏହା ଦ୍ୱାରା ୬୦୩୧ଟି ପଞ୍ଚାୟତର ୩.୬୪ କୋଟି ଲୋକ ଉପକୃତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟର ସବୁ ପଞ୍ଚାୟତରେ ସମୁଦାୟ ୧୭୪୫ଟି ବସ୍‌ ଚାଲିବ। ଏହି ଯୋଜନାରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ୫ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି।

    ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଲୋକଙ୍କ ଇଚ୍ଛାକୁ ମୁଁ ସମ୍ମାନ ଦିଏ । ମୋ ସରକାରର ସବୁ କାର୍ଯ୍ୟକ୍ରମ ଲୋକମତ ଭିତ୍ତିରେ ଆଧାରିତ । ଲକ୍ଷ୍ମୀ ଯୋଜନା ମଧ୍ୟ ଲୋକଙ୍କ ଇଚ୍ଛାରୁ କାର୍ଯ୍ୟକାରୀ କରାଯାଇଛି। ୫ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.5 ° C
    26.5 °
    26.5 °
    80 %
    1.7kmh
    100 %
    Fri
    27 °
    Sat
    38 °
    Sun
    35 °
    Mon
    35 °
    Tue
    39 °

    ସମ୍ବନ୍ଧିତ