Wednesday, September 23, 2026
24 C
Odisha

    ଓଡ଼ିଶାରେ ଯେତିକି ହାତୀ ରହି ପାରିବା କଥା ତାହାଠୁ ୪୦୦ ଅଧିକ ହାତୀ ଅଛନ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ହାତୀ ମୃତ୍ୟୁ ତଦନ୍ତ ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଏନେଇ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ହାତୀଙ୍କ ପାଇଁ ଜାଗା ଅଭାବ। ଯେତିକି ହାତୀ ରହି ପାରିବା କଥା ତାହାଠୁ ୪୦୦ ଅଧିକ ହାତୀ ଅଛନ୍ତି ।
    ସେ ଆହୁରି କହିଛନ୍ତି, ବେଙ୍ଗାଲୁରୁସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସେସର ଏଲିଫ୍ୟାଣ୍ଟ ସେଣ୍ଟର ଷ୍ଟଡି ଅନୁସାରେ, ଓଡ଼ିଶା ଜଙ୍ଗଲରେ ସର୍ବାଧିକ ୧୭୦୦ ହାତୀ ରହିପାରିବେ । କିନ୍ତୁ ଏବେ ୪୦୦ ହାତୀ ଅଧିକ ଅର୍ଥାତ୍ ୨୧ ଶହ ହାତୀ ଅଛନ୍ତି । ସେଇଥିପାଇଁ ଖାଦ୍ୟ ଅନ୍ୱେଷଣରେ ଜନବସତିମୁହାଁ ହେଉଛନ୍ତି ହାତୀ । ହାତୀ- ମଣିଷ ଲଢ଼େଇ ବଢ଼ୁଛି। ଖାଦ୍ୟ ଅଭାବରୁ ହାତୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବି କମୁଛି। ଛୁଆ ହାତୀ, ରୋଗିଣା ହାତୀ ଅଧିକ ମୃତ୍ୟୁମୁଖରେ ପଡ଼ୁଛନ୍ତି । ଏହାବାଦ ବିଦ୍ୟୁତ୍ ଆଘାତ ଓ ଟ୍ରେନ୍ ଦୁର୍ଘଟଣାରେ ମଧ୍ୟ ହାତୀଙ୍କ ଜୀବନ ଯାଉଛି। ଭୁଲ ବୁଝାମଣା ପାଇଁ ରାଉରକେଲା ଓ ମେରାମଣ୍ଡଳିରେ ଟ୍ରେନ ଦୁର୍ଘଟଣାରେ ହାତୀଙ୍କ ଜୀବନ ଯାଇଥିଲା । ଓଡ଼ିଶା ଜଙ୍ଗଲରେ ଅଧିକ ହାତୀ ଥିବାରୁ ବିଶେଷଜ୍ଞଙ୍କ ପରାମର୍ଶରେ କିଛି ହାତୀ ଶିମିଳିପାଳ ସ୍ଥାନାନ୍ତର ପାଇଁ ଯୋଜନା ଚାଲିଛି। ସ୍ଥାନାନ୍ତର ପୂର୍ବରୁ ସ୍ଥାନୀୟ ବାସିନ୍ଦା ଓ ଜନ ପ୍ରତିନିଧିଙ୍କ ସହ ଆଲୋଚନା କରାଯିବ।
    ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ କହିଛନ୍ତି, ଏବେ ରାଜ୍ୟକୁ ଝାଡ଼ଖଣ୍ଡୀ ଓ ଛତିଶଗଡ଼ୀ ହାତୀ ଆସୁଛନ୍ତି । ରାଜ୍ୟରେ ହାତୀଙ୍କ ବାସ୍ତବ ସଂଖ୍ୟା ଜାଣିବାକୁ ନଭେମ୍ବର ୧୪ ଓ ୧୫ ଦୁଇ ଦିନ ଧରି ଚାଲିବ ହାତୀ ଗଣନା । ଏବେ ହାତୀଙ୍କ ଗତିବିଧି ଉପରେ ନଜର ରଖାଯାଇଛି । ପୂର୍ଣ୍ଣମୀ ରାତିରେ ସେମାନଙ୍କର ଫଟୋ ଓ ଭିଡିଓ ଉତ୍ତୋଳନ କରି ସେମାନଙ୍କ ଗଣନା କରାଯିବ ।
    ଏଣେ ନରସିଂହପୁରରେ ତୀର ମାଡ଼ରେ ଆହତ ହାତୀ ଏବେ ସୁସ୍ଥ ଅଛି । ହାତୀ ଶରୀରରେ ୪ଟି ତୀର ଲାଗିଥିଲା । ଶିକାର ଉଦ୍ଦେଶ୍ୟରେ ନୁହେଁ, ଫସଲ ବଞ୍ଚାଇବାକୁ ତୀର ମାରି ହାତୀ ଘଉଡ଼ାଇଥିଲେ ସ୍ଥାନୀୟ ଲୋକେ। ତେଣେ ଚିଲିକା ନଳବଣକୁ ଆସିଲେଣି ବିଦେଶୀ ପକ୍ଷୀ । ଡିସେମ୍ବର ୨୫ରୁ ଚିଲିକା ନଳବଣରେ ପକ୍ଷୀ ଗଣନା ହେବ ବୋଲି ସେ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    98 %
    1.7kmh
    100 %
    Tue
    24 °
    Wed
    26 °
    Thu
    28 °
    Fri
    29 °
    Sat
    28 °

    ସମ୍ବନ୍ଧିତ