Saturday, October 3, 2026
23 C
Odisha

    ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣା: ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

    ଆଗକୁ ପଢନ୍ତୁ

    କଟକ: ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ଆଜି ରାୟ ପ୍ରକାଶ ପାଇଛି। ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଏଡିଜେ ୯ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ତେବେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି।

    ସୂଚନାଯୋଗ୍ୟ, ୨୦୨୧ ଜାନୁଆରି ୨ ତାରିଖରେ ବରିଷ୍ଠ ବିଜେପି ନେତା କୁଳମଣି ବରାଳ (୭୫) ଓ ସଂପର୍କୀୟ ଦିବ୍ୟ ସିଂହ ବରାଳ( ୮୨)ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଭିତ୍ତି କରି ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା। ଏପରିକି ତତକାଳୀନ ବିଧାୟକ ତଥା ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ ମଧ୍ୟ ମାମଲା ହୋଇଥିଲା। କିନ୍ତୁ ପ୍ରତାପ ଜେନାଙ୍କ ମାମଲା ଏବେ ଉଚ୍ଚ ନ୍ୟାୟାଳୟରେ ବିଚାରାଧୀନ ଥିବା ଜଣାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23 ° C
    23 °
    23 °
    86 %
    1.4kmh
    58 %
    Fri
    23 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ