Thursday, July 30, 2026
25.1 C
Odisha

    ରାଜ୍ୟରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଗତକାଲି ରାତିରେ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି କୋହଲା ପାଗ ପରିଲକ୍ଷିତ ହୋଇଛି। ‌ଦ୍ବୈତ ନଗରୀ ଭୁବନେଶ୍ବର-କଟକରେ ହାଲୁକା ବର୍ଷା ଲୋକଙ୍କୁ ଯାତାୟତରେ ଅସୁବିଧା ସୃଷ୍ଟି କରିଛି। ଆଜି ସକାଳୁ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଦେଖିବାକୁ ମିଳିଛି। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ କୋହଲା ପାଗ ଲାଗି ରହିଛି।

    ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଓ ଆସନ୍ତାକାଲି ଅନୁରୂପ ପାଗ ରହିବ ବୋଲି ଜଣାଯାଇଛି। ଏଣେ ଆଗାମୀ ୨୬ ତାରିଖରୁ ପାଣିପାଗରେ ପରିବର୍ତ୍ତନ ଘଟିବ ବୋଲି ସୂଚନା ରହିଛି।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.1 ° C
    25.1 °
    25.1 °
    93 %
    1.9kmh
    100 %
    Thu
    25 °
    Fri
    30 °
    Sat
    31 °
    Sun
    30 °
    Mon
    31 °

    ସମ୍ବନ୍ଧିତ