Saturday, July 27, 2024
24.6 C
Odisha

    ବାବା ଲିଙ୍ଗରାଜଙ୍କ ମନ୍ଦିରରେ ନୀତିକାନ୍ତି ସମୟ ଜାଣନ୍ତୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:-ରାତି ପାହିଲେ ମହାଶିବରାତ୍ରି । ଚଳଚଞ୍ଚଳ ହୋଇଛି ଏକାମ୍ର କ୍ଷେତ୍ର । ଜାଗର ପାଇଁ ସଜେଇ ହୋଇଛି ବାବା ଲିଙ୍ଗରାଜଙ୍କ ମନ୍ଦିର । ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦେଇଛି ମନ୍ଦିର ପ୍ରଶାସନ। କାଲି ଭୋର ୩ଟାରୁ ନୀତିକାନ୍ତି ଆରମ୍ଭ ହେବ । ରାତି ୧୦ରୁ ୧୧ଟା ଭିତରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଛି । ଶ୍ରୀଲିଙ୍ଗରାଜ ଓ କପିଳେଶ୍ଵରଙ୍କ ଶୃଙ୍ଖଳିତ ଜାଗରଯାତ୍ରା ଲାଗି ବିଏମସି ମାର୍ଗଦର୍ଶିକା ଜାରିକରିଛି । ଅତିରିକ୍ତ କମିସନରଙ୍କୁ ପରିଚାଳନା ଦାୟିତ୍ବ ଦିଆଯାଇଛି । ସେହିପରି ବିଏମସି ସ୍ବାସ୍ଥ୍ୟ ଅଧିକାରୀଙ୍କୁ ୨ ମନ୍ଦିରର ନୋଡାଲ୍ ଅଫିସର ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି । ୩ଟି ସିଫ୍ଟରେ ପୂରା ଏକାମ୍ର କ୍ଷେତ୍ରରେ ସଫେଇ କରାଯିବ । ଏଥିଲାଗି ଶ୍ରୀଲିଙ୍ଗରାଜ ମନ୍ଦିର ଓ କପିଳେଶ୍ଵର ମନ୍ଦିର ଅଞ୍ଚଳରେ ଅତିରିକ୍ତ ସଫେଇକର୍ମୀ ନିୟୋଜିତ କରିବାକୁ ବିଏମ୍ସି ଘରୋଇ ସଫେଇ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛି । ସେହିପରି ବିନ୍ଦୁସାଗର ଘାଟ ସଫା କରିବାକୁ ସଫେଇ ସଂସ୍ଥାକୁ କୁହାଯାଇଥିବାବେଳେ ଆଜି ସୁଦ୍ଧା ସଫେଇ ଶେଷ କରିବାକୁ କୁହାଯାଇଛି। ବିନ୍ଦୁସାଗରର ଆଲୋକୀକରଣ କରିବାକୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମନ୍ଦିର ଚାରିପଟେ ଲିଚୁ ମାଳ ପକାଯାଇ ସୌନ୍ଦର୍ଯ୍ୟକରଣ କରାଯାଉଛି । ବିଏମସିର ଇଲେକ୍ଟ୍ରିକାଲ ଯନ୍ତ୍ରୀଙ୍କୁ ଦାୟିତ୍ବ ଦିଆଯାଇଛି। ଏହାସହ ମେୟରଙ୍କ ନିର୍ଦ୍ଦେଶ ମୁତାବକ ୪୦ ହଜାର ଟଙ୍କା ବ୍ୟୟରେ ମନ୍ଦିର ମୁଖଶାଳାର ସୌନ୍ଦର୍ଯ୍ୟକରଣ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଖାଲି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ନୁହେଁ ବରଂ ସିଂହଦ୍ଵାର, ଭୋଗ ମଣ୍ଡପ, ଜଗମୋହନ, ଚାହାଣି ମଣ୍ଡପ, ଉତ୍ତର ଦ୍ବାର, ଦକ୍ଷିଣ ଦ୍ବାର, ମନ୍ଦିର ପଚେରି, କେଦାରଗୌରୀ ମନ୍ଦିର ଓ ମୁକ୍ତେଶ୍ଵର ମନ୍ଦିର ସୌନ୍ଦର୍ଯ୍ୟକରଣ କରାଯିବ। ମେକାନିକାଲ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କୁ ୨ଟି ପାଣି ଟ୍ୟାଙ୍କର ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ଏକ ଭ୍ରାମ୍ୟମାଣ ଶୌଚାଳୟ ପ୍ରସ୍ତୁତ ରଖିବାକୁ କୁହାଯାଇଛି । ୯ ତାରିଖ ସକାଳ ଯାଏଁ ୩ ସିଫ୍ଟରେ ସ୍ବଚ୍ଛତା କର୍ମୀଙ୍କୁ ନିୟୋଜିତ କରାଯିବ, ଯେଉଁମାନେ କି ନିୟମିତ ଭ୍ରାମ୍ୟମାଣ ଶୌଚାଳୟକୁ ସଫା ରଖିବେ । ମେଡିସିନ୍, ଆମ୍ବୁଲାନ୍ସ ଓ ଫାଷ୍ଟଏଡ କିଟ୍ ମହଜୁଦ ରଖିବାକୁ ବିଏମସି ହସ୍ପିଟାଲକୁ ନିର୍ଦ୍ଦେଶ ମିଳିଛି । ଜୋନାଲ ଡେପୁଟି କମିସନର ନିୟମିତ କ୍ଷେତ୍ରସ୍ତରୀୟ ଯାଞ୍ଚ କରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ