Friday, September 11, 2026
27.1 C
Odisha

    ୧୩ରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତା ଜୁନ୍ ୧୩ ତାରିଖରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ରାଜ୍ୟରେ ବିଜେପି ସରକାର ଗଠନ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ଦୀର୍ଘବର୍ଷ ହେବ ସାମ୍ବାଦିକଙ୍କ ଲୋକସେବା ଭବନ ଯିବା ଉପରେ କଟକଣା ଲଗାଇଥିଲା ବିଜେଡି ସରକାର। କରୋନା କାଳରୁ ସାମ୍ବାଦିକଙ୍କ ଲୋକସେବା ଭବନରେ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା। ୨୦୨୦ ମାର୍ଚ୍ଚ ମାସରୁ ଏଭଳି ସ୍ଥିତି ଜାରି ରହିଥିଲା, ଯାହାକୁ ନେଇ ଅନେକ ସମୟରେ ବିଜେପି ପ୍ରତିବାଦ କରିବା ସହ ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲାଯାଉ ବୋଲି ଦାବି ରଖିଥିଲା। ଏପରିକି ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ସାମ୍ବାଦିକଙ୍କ ମଧ୍ୟରେ ଅସନ୍ତୋଷ ମଧ୍ୟ ଦେଖିବାକୁ ମିଳିଥିଲା।  କିନ୍ତୁ ଏବେ ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.1 ° C
    27.1 °
    27.1 °
    86 %
    3.2kmh
    94 %
    Fri
    28 °
    Sat
    28 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ