Thursday, February 5, 2026
22.8 C
Odisha

    ସମ୍ପର୍କ ରଖିବା ପରେ ଧର୍ମ ପରିବର୍ତ୍ତନ ପାଇଁ ଜବରଦସ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭୁବନେଶ୍ବରରେ ଲଭ ଜିହାଦ୍‌ । ରାଜଧାନୀରେ ଯୁବତୀଙ୍କୁ ଟ୍ରାପରେ ପକାଇ ଟଙ୍କା ଲୁଟିନେଲା ଜମ୍ମୁ-କାଶ୍ମୀରର ଯୁବକ । ଓଡ଼ିଆ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ କଲା ଅଭିଯୁକ୍ତ । ମୋବାଇଲରେ ସୁଟ୍ କରି ଯୁବତୀ ଓ ତାଙ୍କ ପରିବାରକୁ ବ୍ଲାକମେଲ୍ କରିବା ସହ ଟଙ୍କା ମାଗିଲା । କେବଳ ସେତିକି ନୁହେଁ ଯୁବତୀଙ୍କୁ ଧର୍ମ ପରିବର୍ତ୍ତନ କରିବାକୁ ବି ଚାପ ପକାଉଥିଲା ଅଭିଯୁକ୍ତ ଜଣଙ୍କ । ଏପରିକି ଯୁବତୀଙ୍କ ବାପା, ମାଆଙ୍କୁ ଝିଅର ଭିଡିଓ ପଠାଇ ୫ ଲକ୍ଷରୁ ଅଧିକ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି । ଜମ୍ମୁ-କାଶ୍ମୀର ସମୀର ମନସୁର ନାମକ ବ୍ୟକ୍ତି ବିରୋଧରେ ଏଭଳି ସାଂଘାତିକ୍ ଅଭିଯୋଗ ହେବା ପରେ ତାଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍ବାର୍ଡ । ସମୀର ମନସୁରକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଧାରା ୧୬୧ରେ ପୀଡିତାଙ୍କ ବୟାନ ରେକର୍ଡ କରି ପୋଲିସ ଘଟଣାର ତଦନ୍ତ କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.8 ° C
    22.8 °
    22.8 °
    33 %
    1.7kmh
    0 %
    Thu
    24 °
    Fri
    31 °
    Sat
    31 °
    Sun
    32 °
    Mon
    32 °

    ସମ୍ବନ୍ଧିତ