Monday, February 10, 2025
18.1 C
Odisha

    ସକ୍ରିୟ ହେବାରେ ଲାଗିଛି ଲଘୁଚାପ: ୨୪ ସୁଦ୍ଧା ଅବପାତ

    ଆଗକୁ ପଢନ୍ତୁ

    ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆହୁରି ଘନୀଭୂତ ହେବ । ଧୀରେ ଧୀରେ ଉତ୍ତର ପୂର୍ବ ଦିଗରେ ଗତି କରି ୨୪ ସୁଦ୍ଧା ଅବପାତରେ ପରିଣତ ହେବ । ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ଅଧିକ ଘନୀଭୂତ ହୋଇ ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପାଖରେ ପହଞ୍ଚିବ । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ନାହିଁ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରୁଛନ୍ତି । ଏହାର ପ୍ରଭାବରେ ୨୫ରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଗୋଟିଏ ବା ଦୁଇଟି ଜାଗାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

    ଶ୍ରୀ ମହାପାତ୍ର କହିଛନ୍ତି, ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଉତ୍ତର ପୂର୍ବ ଦିଗରେ ଗତି କରି ୨୪ ତାରିଖ ସକାଳ ସୁଦ୍ଧା ଅବପାତରେ ପରିଣତ ହେବ । ପରେ ଏହା କ୍ରମଶଃ ଉତ୍ତର ପୂର୍ବ ଦିଗରେ ନିଜ ଗତି ଜାରି ରଖିବ । ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଓ ନିକଟବର୍ତ୍ତୀ ଅଞ୍ଚଳରେ ଘଣ୍ଟାକୁ ୩୦ରୁ ୪୦କିମି ବେଗରେ ପବନ ପ୍ରବାହିତ ହେଉଛି । ଶୁକ୍ରବାର ଏହା ବଢ଼ି ୪୦ ରୁ ୫୦ କିମି ବେଗରେ ପବନ ବହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    18.1 ° C
    18.1 °
    18.1 °
    58 %
    2.5kmh
    17 %
    Sun
    18 °
    Mon
    34 °
    Tue
    36 °
    Wed
    36 °
    Thu
    35 °

    ସମ୍ବନ୍ଧିତ