Saturday, October 10, 2026
22.4 C
Odisha

    ୨୪ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଅର୍ଥାତ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପଟି ଉତ୍ତର ପୂର୍ବ ଦିଗକୁ ଗତି କରିବା ସହିତ ୨୪ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ରୂପ ହେବ। ପରେ ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି।ଫଳରେ ରାଜ୍ୟରେ ବର୍ଷା ହେବା ନେଇ ସ୍ପଷ୍ଟ କରିଛି ପାଣିପାଗ ବିଭାଗ। ଫଳରେ ୨୪ରୁ ରାଜ୍ୟରେ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ। ଏହାସହ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ୨୩ ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ୨୩ ତାରିଖଠାରୁ ଦକ୍ଷିଣ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି। ସେହିଭଳି ୨୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ସମୁଦ୍ରକୁ ନ ଯିବା ପାଇଁ ମସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ