Sunday, February 22, 2026
25.3 C
Odisha

    ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ ଅବପାତର ରୂପ ନେବ ଲଘୁଚାପ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡ଼କୁ ଗତି କରିଛି। ଏହା ଆଜି ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି।

    ଏହା ଆହୁରି ଅଧିକ ଘନୀଭୂତ ହୋଇ ୧୨ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଜାରି ରହିଛି। ଆସନ୍ତାକାଲି ଯାଏଁ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.3 ° C
    25.3 °
    25.3 °
    25 %
    2.4kmh
    0 %
    Sun
    27 °
    Mon
    35 °
    Tue
    34 °
    Wed
    34 °
    Thu
    35 °

    ସମ୍ବନ୍ଧିତ