Friday, May 29, 2026
24.7 C
Odisha

    ଅବପାତରେ ରୂପ ନେଲା ଲଘୁଚାପ: ଉତ୍ତର ଓଡିଶାରେ ପ୍ରବଳ ଛେଚିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେଇଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ରହିଛି । ଏହା ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ଆଡ଼କୁ ମୁହାଁଉଛି ।

    ଏହାର ପ୍ରଭାବରେ ରବିବାର ଉତ୍ତର ଓଡ଼ିଶାର ଅଧିକାଂଶ ଓ ଦକ୍ଷିଣର ଅନେକ ଜାଗାରେ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା ଅଛି । ମୟୂରଭଞ୍ଜ, ବରଗଡ଼, ସୋନପୁର, ଅନୁଗୁଳ, କେନ୍ଦୁଝର ଓ ଦେବଗଡ଼ରେ ପ୍ରବଳ ବର୍ଷା ହୋଇପାରେ। ସୋମବାର ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ ଅଧିକ ବର୍ଷା ହେବ । ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ଆଶଙ୍କା ଅଛି। ୧୭ ପରେ ରାଜ୍ୟରେ ବଡ଼ ଧରଣର ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    83 %
    3.3kmh
    100 %
    Fri
    25 °
    Sat
    41 °
    Sun
    39 °
    Mon
    40 °
    Tue
    42 °

    ସମ୍ବନ୍ଧିତ