Thursday, September 17, 2026
26.2 C
Odisha

    ଘଟଗାଁ ତାରିଣୀ ପୀଠ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ହେବାପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୋହନ ଚରଣ ମାଝୀ। ଏହି ଗସ୍ତରେ ପ୍ରଥମେ ସେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ ସହ ଆଲୋଚନା କରିଥିଲେ। ଏଥି ସହିତ ଘଟଗାଁର ମାଆ ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଘଟଗାଁର ମାଆ ତାରିଣୀ ମନ୍ଦିରର ବିକାଶ ପାଇଁ ପୂର୍ବ ବିଜେଡି ସରକାର ସମୟରେ ୫୦ କୋଟି ଘୋଷଣା ହୋଇଥିଲା। ସେହ ଟଙ୍କାରେ ବର୍ତ୍ତମାନ କାମ ଚାଲିଥିବା ବେଳେ ଆଉ ୫୦ କୋଟି ଘୋଷଣା କରିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ। ୫୦ କୋଟି ଟଙ୍କା ପୂର୍ବରୁ ଅନୁମୋଦନ ହୋଇ କାମ ରାଯାଉଥିବାବେଳେ ଏହାକୁ ଜାତୀୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବାକୁ ଆଉ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରୋଡ ଶୋରେ ଯାଇ ମା’ ତାରିଣୀ ପୀଠରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ପୀଠ ଯେପରି ସାରା ଦେଶରେ ବ୍ୟାପକ ହୋଇପାରିବ, ସ୍ୱତନ୍ତ୍ର ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇବ ସେଥିପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ । ଏହି ପୀଠ କିପରି ଜାତୀୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇବ, ସେନେଇ କେନ୍ଦ୍ର ନିକଟରେ ଦାବି ରଖାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.2 ° C
    26.2 °
    26.2 °
    84 %
    1.1kmh
    58 %
    Thu
    27 °
    Fri
    31 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ