Thursday, March 19, 2026
30.4 C
Odisha

    ମଧୁ ବାବୁ ପେନସନ ଯୋଜନାରେ ସାମିଲ ହେଲେ ଆଉ ୪ ଲକ୍ଷ ଅତିରିକ୍ତ ହିତାଧିକାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ସାମାଜିକ ସୁରକ୍ଷା ବ୍ୟବସ୍ଥା ମଧୁବାବୁ ପେନସନ ଯୋଜନାରେ ସାମିଲ ହେବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧୁବାବୁ ପେନସନ ଯୋଜନାରେ ଆଉ ୪ ଲକ୍ଷ ଲୋକଙ୍କୁ ସାମିଲ କରିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
    ଏହାଦ୍ବାରା ରାଜ୍ୟର ସମୁଦାୟ ମଧୁବାବୁ ପେନସନ ହିତାଧିକାରୀଙ୍କ ସଂଖ୍ୟା ୩୨.୭୫ରୁ ବୃଦ୍ଧି ପାଇ ୩୬.୭୫ ରେ ପହଞ୍ଚିବ।ରାଜ୍ୟ ସରକାର ଏଥିପାଇଁ ମାସକୁ ୧୯୦.୨୦ କୋଟି ଟଙ୍କା ଖର୍ଚ୍ଚ କରିବେ। 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ସ୍ଥାନୀୟ ଲୋକ ମାନେ ଏହି ଯୋଜନାରେ ଅଧିକ ଲୋକଙ୍କୁ ସାମିଲ କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଆବେଦନକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମଧୁ ବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ୨୦୨୩ ଅଗଷ୍ଟରେ ଅତିରିକ୍ତ ୪.୧୩ ଲକ୍ଷ ଲୋକଙ୍କୁ ଏହି ଯୋଜନାରେ ସାମିଲ କରିଥିଲେ। ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପ୍ରଦାନ କରିଥାନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ଓ ଏଡ଼ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଅନାଥ ପିଲା ମାନେ ଏଥିରେ ସାମିଲ ହୋଇଥାନ୍ତି। ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି। ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30.4 ° C
    30.4 °
    30.4 °
    29 %
    1.2kmh
    100 %
    Thu
    29 °
    Fri
    34 °
    Sat
    33 °
    Sun
    35 °
    Mon
    36 °

    ସମ୍ବନ୍ଧିତ