Monday, October 5, 2026
22.4 C
Odisha

    ମାହାଙ୍ଗା ଡବଲ ମର୍ଡର ମାମଲା: ଶୁଣାଣିରୁ ଓହରିଲେ ବିଚାରପତି, ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି

    ଆଗକୁ ପଢନ୍ତୁ

    କଟକ: ମାହାଙ୍ଗା ଡବଲ ମର୍ଡର ମାମଲା ଶୁଣାଣିରୁ ଓହରିଛନ୍ତି ବିଚାରପତି। ବିଚାରପତି ଜଷ୍ଟିସ୍ ବି.ପି ରାଉତରାୟ ଶୁଣାଣିରୁ ଓହରି ଯାଇଛନ୍ତି। ଏବେ ମାମଲାର ଶୁଣାଣି ଅନ୍ୟ ଜଣେ ବିଚାରପତି କରିବେ। ସପ୍ତାହକ ମଧ୍ୟରେ ମୁଖ୍ୟ ବିଚାରପତିଙ୍କ ଅନୁମତି ପରେ ମାମଲାର ପରିବର୍ତ୍ତୀ ଶୁଣାଣି ହେବ। ମାମଲାର ଶୁଣାଣିରୁ ଜଷ୍ଟିସ୍ ବି.ପି ରାଉତରାୟ କାହିଁକି ଓହରି ଯାଇଛନ୍ତି, ତାହା ଜଣାପଡ଼ିନାହିଁ । ସେପଟେ ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି ହୋଇଛି । ଏହି ଅବଧି ମଧ୍ୟରେ ବିଧାୟକଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇପାରିବ ନାହିଁ ପୁଲିସ ।୨୦୨୧ ଜାନୁଆରୀ ୩ ତାରିଖରେ ବିଜେପି ନେତା ତଥା ପୂର୍ବତନ ମାହାଙ୍ଗା ବ୍ଳକ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତାରେ ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି ମାମଲାରେ ୧୩ ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    75 %
    1.4kmh
    0 %
    Sun
    22 °
    Mon
    31 °
    Tue
    31 °
    Wed
    31 °
    Thu
    29 °

    ସମ୍ବନ୍ଧିତ