Saturday, July 27, 2024
24.5 C
Odisha

    ଆକାଶପଥରେ ଯୋଡି ହେଲା ସ୍ବାଭିମାନ ଅଞ୍ଚଳ, ମାଲକାନଗିରି

    ଆଗକୁ ପଢନ୍ତୁ

    ମାଲକାନଗିରି: ମାଲକାନଗିରିବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ କଲେ ସରକାର। ମାଲକାନଗିରି ଆକାଶରେ ଉଡ଼ିଲା ବିମାନ। ରୂପାନ୍ତରଣ ଅଧ୍ୟାୟରେ ମାଲକାନଗିରି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନରେ ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି । 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ । ବିମାନସେବାର ଲୋକାର୍ପଣ ପରେ ଫଟୋ ସୁଟ୍ କରିଥିଲେ ମୁଖ୍ୟମନ୍ତ୍ରୀ । ୨୦୧୮ ମସିହାରେ ଗୁରୁପ୍ରିୟା ସେତୁର ଲୋକାର୍ପଣ ପରେ ବିକାଶର ଗୋଟିଏ ପରେ ଗୋଟିଏ ପାହାଚ ଚଢୁଛି ସ୍ବାଭିମାନ ଅଞ୍ଚଳ । ଜିଲ୍ଲାକୁ ବିମାନସେବା ସ୍ବପ୍ନ ଭଳି ଲାଗୁଥିଲେ ବି ରାଜ୍ୟ ସରକାରଙ୍କ ଉଦ୍ୟମରେ ଆକାଶରେ ଉଡ଼ାଣ ଆଶା ପୂରଣ ହୋଇଛି । ଏହି ବିମାନ ବନ୍ଦରର ଉଦଘାଟନ କରିବା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଜିଲ୍ଲାର ଗୋବିନ୍ଦପାଲି ଇରୀଗେସନ ପ୍ରକଳ୍ପକୁ ଉଦଘାଟନ କରି ଜିଲ୍ଲାରେ ଚାଷୀଙ୍କୁ ବଡ଼ ଉପହାର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସପ୍ତଧାରା ଇରିଗେସନ ପ୍ରକଳ୍ପ ପାଇଁ ୩ ହଜାର ୫ସହ କୋଟି ସହ ମାଲକାନଗିରି ଜିଲ୍ଲା ପାଇଁ ମୋଟ ୪୧୮୦ କୋଟି ଟଙ୍କା ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରାୟ ୨୩୩ ଏକର ଅଞ୍ଚଳରେ ନିର୍ମିତ ବିମାନ ବନ୍ଦରରେ ୧୬୨୦ ମିଟର ଇନଟୁ ୩୦ ମିଟର ରନଓ୍ବେ ନିର୍ମାଣ ହୋଇଛି । ୭୦ କୋଟି ଟଙ୍କା ବ୍ୟୟରେ ଏହି ବିମାନ ବନ୍ଦରର ଉନ୍ନତିକରଣ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    97 %
    2.6kmh
    100 %
    Fri
    24 °
    Sat
    25 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ