Thursday, May 8, 2025
26.3 C
Odisha

    ମାଲକାନଗିରି ବିମାନବନ୍ଦର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଲୋକାର୍ପିତ ହେଲା ବହୁ ପ୍ରତୀକ୍ଷିିତ ମାଲକାନଗିରି ବିମାନବନ୍ଦର । ଏହାସହ ଉପାନ୍ତ ଅଞ୍ଚଳ ଭାବେ ଜଣାଯାଉଥିବା ମାମଲକାନଗିରିକୁ ଆକାଶମାର୍ଗରେ ମିଳିଲା ନୂଆ ପରିଚୟ । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିମାନବନ୍ଦର ଲୋକାର୍ପିତ ହେବା ପରେ ଏଠାରୁ ପ୍ରଥମେ ନନ୍ ସିଡ୍ୟୁୁଲ୍ ବା କମର୍ସିଆଲ ବିମାନ ଉଡାଣ ଭରିଛି । ଭବିଷ୍ୟତରେ ଏହାକୁ ୩୦୦୦ ମିଟର ଯାଏଁ ସମ୍ପ୍ରସାରଣ କରାଯିବାର ମଧ୍ୟ ଯୋଜନା ରହିଛି । ଏହା ପରେ ଡିଜସିଏଙ୍କ ଅନୁମତି ପରେ ଯାତ୍ରୀବାହୀ ବିମାନ ଉଡାଣ ଭରିବ ବୋଲି ସୂଚନା ରହିଛି । ୨୩୪ ଏକର ଜମିରେ ନିର୍ମାଣ ହୋଇଛି ଏହି ବିମାନବନ୍ଦର । ମାତ୍ର ୧୪ ମାସରେ ଏହି ବିମାନବନ୍ଦରକୁ ନିର୍ମାଣ କରାଯାଇଛି । ଏଥିପାଇଁ ଅନେକ ସରକାରୀ ଜମି ନିଆଯାଇଥିବାବେଳେ ଅନେକ ପରିବାରକୁ ସ୍ଥାନାନ୍ତର ମଧ୍ୟ କରାଯାଇଛି । ହେଲେ ବିସ୍ଥାପିତଙ୍କମାନଙ୍କ ପାଇଁ ପକ୍କା ଘର, ପକ୍କା ରାସ୍ତାର ବ୍ୟବସ୍ଥା କରାଯାଇଥିବାବେଳେ ସେମାନଙ୍କ ବିଭିନ୍ନ ସରକାରୀ ଯୋଜନାରେ ସାମିଲ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.3 ° C
    26.3 °
    26.3 °
    63 %
    1.5kmh
    65 %
    Wed
    26 °
    Thu
    39 °
    Fri
    40 °
    Sat
    41 °
    Sun
    40 °

    ସମ୍ବନ୍ଧିତ