Thursday, September 10, 2026
24.6 C
Odisha

    ଆଜି ନାମାଙ୍କନ ଭରିବେ ମମତା ମହାନ୍ତ

    ଆଗକୁ ପଢନ୍ତୁ

    ମମତା ମହନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ, ଆଜି ଭରିବେ ନିଜର ନାମାଙ୍କନ। ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। ତେବେ ଆବଶ୍ୟକତା ପଡିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ନିକଟରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜୁ ଜନତା ଦଳ ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ମମତା। ମଙ୍ଗଳବାର ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି ବିଜେପି। ମମତା ମହାନ୍ତ କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ। ଏହି ସମ୍ପ୍ରଦାୟରେ ମୟୂରଭଞ୍ଜ ଓ ପଡ଼ୋଶୀ କେନ୍ଦୁଝର ଜିଲ୍ଲାରେ ବହୁ ଲୋକ ରହିଛନ୍ତି। ସୂଚନାଯୋଗ୍ୟ ଯେ, ମମତା ମହାନ୍ତଙ୍କୁ ୨୦୨୦ ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ଅସନ୍ତୋଷ ଝାଡ଼ିଥିଲେ ମମତା। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ ଆଣିଥିଲେ। ପରଦିନ ସେ ବିଜେପିରେ ମିଶିଥିଲେ, ଏବେ ବିଜେପି ତାଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସେ ପୁଣିଥରେ ରାଜ୍ୟସଭା ଯିବା ନିଶ୍ଚିତ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    93 %
    1.6kmh
    100 %
    Wed
    25 °
    Thu
    26 °
    Fri
    26 °
    Sat
    29 °
    Sun
    27 °

    ସମ୍ବନ୍ଧିତ