ମମିତା ମେହେର ହତ୍ୟା ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଅଭିଯୁକ୍ତ ଗୋବିନ୍ଦ ସାହୁ

ମମିତା ମେହେର ହତ୍ୟା ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଅଭିଯୁକ୍ତ ଗୋବିନ୍ଦ ସାହୁ

ବହୁ ଚର୍ଚ୍ଚିତ ଶିକ୍ଷୟତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣା । ଗିରଫ ହୋଇ ବିଚାର ବିଭାଗୀୟ ହାଜତରେ ଥିବା ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଆଜି ଜାମିନ ଆବେଦନ କରିଛି । ଗୋବିନ୍ଦ ସାହୁଙ୍କ ଓକିଲ ମୋହନ ଶର୍ମା ଆବେଦନ କରିଥିବା ବେଳେ ଆସନ୍ତା ୬ ତାରିଖ ଜାମିନ ଆଦେବନର ଶୁଣାଣି ପାଇଁ କୋର୍ଟ ତାରିଖ ଧାର୍ଯ୍ୟ କରିଥିବା ଜଣା ପଡିଛି । ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ଆବେଦନ ଖାରଜ ହେବା ପରେ ଗୋବିନ୍ଦଙ୍କ ଓକିଲ ଉପର କୋର୍ଟ ଅର୍ଥାତ କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଆବେଦନ କରିଛନ୍ତି । ଅନ୍ୟ ପକ୍ଷରେ ମାମିତଙ୍କୁ ନ୍ୟାୟ ଦାବିରେ ଶୀତ ଅଧିବେଶନର ପ୍ରଥମ ଓ ଦ୍ବିତୀୟ ଦିନରେ ହଟଗୋଳ କରିଛନ୍ତି ବିରୋଧୀ କଂଗ୍ରେସ ଓ ବିଜେପି। ଅନ୍ୟପକ୍ଷରେ ଆନ୍ଦୋଳନକୁ ଆହୁରି ଜୋରଦାର କରିବାକୁ ପ୍ରସ୍ତୁତ ହୋଇଥିବା ବିଜେପି ଆସନ୍ତା ୯ ତାରିଖରେ ବିଧାନସଭା ଘେରିବାକୁ ନିଷ୍ପତ୍ତି ନେଇଛି।ବିଜେପି ଯୁବମୋର୍ଚ୍ଚା ଆସନ୍ତା ୯ ତାରିଖରେ ବିଧାନସଭା ଘେରାଉ କରିବାକୁ ନିଷ୍ପତ୍ତି ନେଇଛି। ଯେ ପର୍ଯ୍ୟନ୍ତ ମମିତା ମେହେରଙ୍କୁ ନ୍ୟାୟ ନ ମିଳିଛି, ଯେ ପର୍ଯ୍ୟନ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ସରକାର ବହିଷ୍କାର ନ କରିଛନ୍ତି, ଯେତେ ଦିନ ପର୍ଯ୍ୟନ୍ତ ସରକାର ମନ୍ତ୍ରୀ ଶ୍ରୀ ମିଶ୍ରଙ୍କୁ ଗିରଫ ନ କରିଛନ୍ତି ଓ ସିବିଆଇ ତଦନ୍ତ ନିର୍ଦ୍ଦେଶ ନ ଦେଇଛନ୍ତି, ସେତେଦିନ ପର୍ଯ୍ୟନ୍ତ ବିଜେପି ଯୁବ ମୋର୍ଚ୍ଚା ଆନ୍ଦୋଳନ ଜାରି ରଖିବ ବୋଲି କୁହାଯାଇଛି।