Wednesday, September 9, 2026
24.5 C
Odisha

    ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହାନ୍ତ । ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖ ଉପସ୍ଥିତ ଥିଲେ। ତେବେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହାନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। ହେଲେ ଆବଶ୍ୟକତା ପଡ଼ିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ନାମାଙ୍କନ ଦାଖଲ ପରେ ମମତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖଙ୍କୁ ନିଜର କୃତଜ୍ଞତା ଜ୍ଞାପନ କରିଥିଲେ।
    ସୂଚନାଯୋଗ୍ୟ ଯେ, ନିକଟରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜୁ ଜନତା ଦଳ ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ମମତା। ମଙ୍ଗଳବାର ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ମମତା ମହାନ୍ତ କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ। ଏହି ସମ୍ପ୍ରଦାୟରେ ମୟୂରଭଞ୍ଜ ଓ ପଡ଼ୋଶୀ କେନ୍ଦୁଝର ଜିଲ୍ଲାରେ ବହୁ ଲୋକ ରହିଛନ୍ତି। ମମତା ମହାନ୍ତଙ୍କୁ ୨୦୨୦ ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ଅସନ୍ତୋଷ ଝାଡ଼ିଥିଲେ ମମତା। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ ଆଣିଥିଲେ। ପରଦିନ ସେ ବିଜେପିରେ ମିଶିଥିଲେ, ଏବେ ସେ ନାମାଙ୍କନ ଭରିଥିବାବେଳେ, ସେ ପୁଣିଥରେ ରାଜ୍ୟସଭା ଯିବା ନିଶ୍ଚିତ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    95 %
    1.5kmh
    100 %
    Wed
    25 °
    Thu
    28 °
    Fri
    28 °
    Sat
    28 °
    Sun
    28 °

    ସମ୍ବନ୍ଧିତ