Friday, October 16, 2026
22.3 C
Odisha

    ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ , କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

    ଆଗକୁ ପଢନ୍ତୁ

    ବୌଦ୍ଧ: ଖୋର୍ଦ୍ଧା-ବଲାଙ୍ଗୀର ୫୭ ତମ ଜାତୀୟ ରାଜପଥ ସରସରା ନିକଟରେ ଅଜଣା ଗାଡ଼ି ଧକ୍କାରେ ସରସରା ଗାଁର ସୁମନ୍ତ ମହାକୁଡ଼ଙ୍କ ମୃତ୍ୟୁ ହୋଇଛି। କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ।  ବୌଦ୍ଧ ଅତିରିକ୍ତ ତହସିଲଦାର ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି । ସୂଚନା ଅନୁଯାୟୀ ଗତକାଲି ମଧ୍ୟରାତ୍ରୀରେ ସରସରା ଗାଁର ସୁମନ୍ତ ମହାକୁଡ଼ ଶୌଚ ପାଇଁ ଆସି ରାସ୍ତା ପାର୍ ହୋଇ ଘରକୁ ଫେରୁଥିବା ସମୟରେ କୌଣସି ଅଜଣା ଗାଡ଼ି ଧକ୍କା ଦେଇ ଚାଲିଯାଇଥିଲା। ଆଜି ସକାଳେ ଗାଁର କିଛି ଲୋକ ଶୌଚ ପାଇଁ ଆସିଥିବା ବେଳେ ସୁମନ୍ତଙ୍କ ଶବକୁ ଦେଖି ପରିବାର ବର୍ଗଙ୍କୁ ଖବର ଦେଇଥିଲେ। ପରେ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ଗ୍ରାମବାସୀ ରାସ୍ତା ଅବରୋଧ କରି କ୍ଷତି ପୂରଣ ଦାବି କରିଥିଲେ। ଖବର ପାଇ ବୌଦ୍ଧ ଥାନା ପୁଲିସ୍ ସେଠାରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    22.3 ° C
    22.3 °
    22.3 °
    98 %
    1.2kmh
    73 %
    Thu
    22 °
    Fri
    28 °
    Sat
    28 °
    Sun
    29 °
    Mon
    30 °

    ସମ୍ବନ୍ଧିତ