ମନୀଷ ଦାସ ମୃତ୍ୟୁ ମାମଲା: ପୋଷ୍ଟମର୍ଟମ ରିପୋର୍ଟରେ ପ୍ରକାଶ, ଶ୍ବାସରୁଦ୍ଧ ଯୋଗୁଁ ମୃତ୍ୟୁ

ମନୀଷ ଦାସ ମୃତ୍ୟୁ ମାମଲା: ପୋଷ୍ଟମର୍ଟମ ରିପୋର୍ଟରେ ପ୍ରକାଶ, ଶ୍ବାସରୁଦ୍ଧ ଯୋଗୁଁ ମୃତ୍ୟୁ

 

ବହୁ ଚର୍ଚ୍ଚିତ ମନୀଷ ଅନୁରାଗ ଦାସ ମୃତ୍ୟୁ ମାମଲାର ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟ ଆସିଛି । ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟରେ ଶ୍ବାସରୁଦ୍ଧ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଦିନେ ଦୁଇ ଦିନରେ ଫାଇନାଲ ପୋଷ୍ଟମର୍ଟମ ରିପୋର୍ଟ ଆସିବ । ତେବେ ମନୀଷଙ୍କୁ ଅପହରଣ କରାଯାଇଥିବା ନେଇ ପୋଲିସ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରମାଣ ପାଇନାହିଁ ।ଏହା ଏକ ହତ୍ୟାକାଣ୍ଡ କିମ୍ବା ଏହା ପଛରେ ଆଢ଼ଉ କଣ କାରଣ ରହିଛି ତାହା ଫାଇନାଲ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ହିଁ ଜଣାପଡିବ । ଘଟଣାରେ ୩ଟି ଦିଗକୁ ନେଇ ତଦନ୍ତ କରୁଛି ପୋଲିସ । ମନୀଷ ସାଙ୍ଗରେ ଥିବା ବ୍ୟକ୍ତି ଘଟଣା ସ୍ଥଳରୁ ଫେରାର ହେଲେ କାହିଁକି ତାହାକୁ ନେଇ ତଦନ୍ତ କରୁଛି ପୋଲିସ । ଏହା ସହିତ ସେ ଭୋର ୩ଟା ୨୯ରୁ ୪ଟା ୧୨ ଯାଏଁ କେଉଁଠି ଥିଲେ ସେ ନେଇ ମଧ୍ୟ ତଦନ୍ତ ଜାରି ରହିଛି । ଏହାସହ ପୋଲିସ ଦାଇଟୋମ ଟେଷ୍ଟ ପାଇଁ ପୋଖରୀ ପାଣିର ନମୂନା ଲ୍ୟାବକୁ ପଠେଇଛି।