Wednesday, October 23, 2024
21.7 C
Odisha

    ବାପାଙ୍କ ଆଶୀର୍ବାଦ ନେଇ ବିଜେଡିରେ ମିଶିଛି : ମନ୍ମଥ ରାଉତରାୟ

    ଆଗକୁ ପଢନ୍ତୁ

    ବିଜେଡିରେ ଯୋଗ ଦେଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ । ହଜାର ହଜାର ଦଳୀୟ ସମର୍ଥକଙ୍କ ସହ ଆସି ଶଙ୍ଖ ଭବନରେ ବିଜେଡିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି । ସାଂସଦ ମାନସ ମଙ୍ଗରାଜ, ସାଂସଦ ସସ୍ମିତ ପାତ୍ର ଓ ବିଜେଡି ନେତା ବିଭୂତି ବଳବନ୍ତରାୟଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି କ୍ୟାପଟେନ ମନ୍ମଥ ରାଉତରାୟ । ଏହାପୂର୍ବରୁ ଶଙ୍ଖ ଭବନରେ ପହଞ୍ଚି ମନ୍ମଥ କହିଥିଲେ, ଏହା ମୋ ପାଇଁ ଗର୍ବର ମୁହୂର୍ତ୍ତ । ଓଡ଼ିଶାର ଏକ ନମ୍ବର ଦଳ ମୋତେ ଚୟନ କରିଛି । ମୋତେ ଯାହା ବି ଦାୟିତ୍ୱ ମିଳିବ ତାହାକୁ ତୁଲାଇବି । ନିର୍ବାଚନ ଲଢିବି କି ନାହିଁ ତାହା ଦଳ ନିଷ୍ପତ୍ତି ନେବେ । ମୁଁ ଶୃଙ୍ଖଳିତ କର୍ମୀ ଭଳି କାମ କରିବି ।

    ଅନ୍ୟପଟେ ମନ୍ମଥ ବିଜେଡି ଟିକେଟରୁ ଜଟଣୀରୁ ଲଢିପାରନ୍ତି ବୋଲି ଚର୍ଚ୍ଚା ହେଉଛି । ଏପରିକି ଭୁବନେଶ୍ୱର ଲୋକସଭା ଆସନରେ ମଧ୍ୟ ମନ୍ମଥଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି । ତେବେ ମନ୍ମଥ ବିଜେଡିରେ ମିଶିବା ପରେ ତାଙ୍କୁ ଦଳ କଣ ଦାୟିତ୍ୱ ଦେଉଛି ତାହା ଉପରେ ସମସ୍ତଙ୍କର ନଜର ରହିବ । କିଛି ମାସ ତଳେ ପାଇଲଟ ଚାକିରୀରୁ ସ୍ୱେଛାକୃତ ଭାବେ ଅବ୍ୟାହତି ନେବା ପରେ ରାଜନୀତିରେ ସାମିଲ ହେବାକୁ ମନ ବଳାଇଥିଲେ ମନ୍ମଥ । ପ୍ରଥମରୁ ବାପାଙ୍କ ପଥ ଅନୁସରଣ କରି ମନ୍ମଥ ମଧ୍ୟ ଜଟଣୀରୁ କଂଗ୍ରେସ ଟିକେଟରେ ଲଢିବା ନେଇ ଚର୍ଚ୍ଚା ହେଉଥିଲା । କିନ୍ତୁ କଂଗ୍ରେସରୁ ଲଢିବେନି ବୋଲି ସ୍ପଷ୍ଟ ମନା କରିଥିଲେ ମନ୍ମଥ । ଅନ୍ୟପଟେ ପୁଅ ବିଜେଡିରେ ସାମିଲ ହେବାକୁ ନେଇ ସୁର କହିଛନ୍ତି, ଯେତେ ଚେଷ୍ଟା କଲି ପାରିଲିନି, ଅଭିମାନ କଲା । ସେଥି ପାଇଁ ଛାଡିଦେଲି ବିଜେଡିରେ ମିଶିବା ପାଇଁ । ଭଗବାନଙ୍କୁ ଡାକୁଛି, ମୋ ପୁଅକୁ ଜିତେଇ ଦିଅ । ମନ୍ମଥଙ୍କୁ ସହଯୋଗ କରିବି କିନ୍ତୁ ପ୍ରଚାର କରିବାକୁ ଯିବିନି । ବିଜେଡି ମୋ ପୁଅକୁ ନେଇଛି, ଆଶା ସେମାନେ ଉପଯୁକ୍ତ ସମ୍ନାନ ଦେବେ କହିଛନ୍ତି ସୁର ରାଉତରାୟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ