Tuesday, June 24, 2025
24.7 C
Odisha

    ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂତନ ନିର୍ଦ୍ଦେଶକ ହେଲେ ଡ଼. ମନୋରମା ମହାନ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଡକ୍ଟର ମନୋରମା ମହାନ୍ତି ହେଲେ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନୂଆ ନିର୍ଦ୍ଦେଶକ । ଗୁଜରାଟ ଅହମ୍ମଦାବାଦର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ମନୋରମା ମହାନ୍ତିଙ୍କୁ ପଦୋନ୍ନତି ସହ ଏହି ନୂଆ ନିଯୁକ୍ତି ମିଳିଛି । ସେହିପରି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଥିବା ଡକ୍ଟର ଏଚ୍. ଆର ବିଶ୍ୱାସଙ୍କୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର କୋଲକାତାକୁ ବଦଳି କରାଯାଇଛି ।

    ମନୋରମା ମହାନ୍ତିଙ୍କ ଘର ଓଡ଼ିଶାରେ । ଉକ୍ରଳ ବିଶ୍ୱବିଦ୍ୟାଳୟରୁ ପଦାର୍ଥ ବିଜ୍ଞାନରୁ ସ୍ନାତକୋତର ହାସଲ ପରେ ଭାରତୀୟ ପାଣିପାଗ ବିଭାଗରେ ଯୋଗଦେଇଥିଲେ । ଆରବ ସାଗର ଇତିହାସରେ ସବୁଠାରୁ ଶକ୍ତିଶାଳୀ ବାତ୍ୟା ‘ତାଉତେ’ ଓ ‘ବିପର୍ଯ୍ୟୟର’ ସଠିକ୍ ଗତିପଥ ଓ ତୀବ୍ରତା ଆକଳନ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଏଥିପାଇଁ ଗୁଜରାଟରେ ଅନେକ ଧନଜୀବନ ରକ୍ଷା ପାଇଥିଲା । ଏଥିପାଇଁ ସେ ଗୁଜରାଟ ସରକାରଙ୍କ ପକ୍ଷରୁ ମଧ୍ୟ ପ୍ରଶଂସିତ ହୋଇଥିଲେ । ଓଡ଼ିଶା ପରି ବାତ୍ୟା ପ୍ରବଣ ରାଜ୍ୟରେ ତାଙ୍କର ଅଭିଜ୍ଞତା ବଡ଼ ଭୂମିକା ନିର୍ବାହ କରିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    90 %
    2kmh
    100 %
    Tue
    24 °
    Wed
    31 °
    Thu
    33 °
    Fri
    31 °
    Sat
    32 °

    ସମ୍ବନ୍ଧିତ