Saturday, October 3, 2026
24.7 C
Odisha

    ଗୋଟିଏ ଅଲିମ୍ପିକ୍ସରେ ୨ଟି ପଦକ ଜିତିବାରେ ପ୍ରଥମ ଭାରତୀୟ ମହିଳା ମନୁ

    ଆଗକୁ ପଢନ୍ତୁ

    ପ୍ୟାରିସ୍‌: ପ୍ୟାରିସ୍‌ ଅଲିମ୍ପିକ୍ସର ଚତୁର୍ଥ ଦିନରେ ଭାରତକୁ ଆଉ ଏକ ଐତିହାସିକ ସଫଳତା ମିଳିଛି। ୧୦ମିଟର ଏୟାର ପିସ୍ତଲ ମିଶ୍ରିତ ବର୍ଗରେ କାଂସ୍ୟ ଜିତିଛନ୍ତି ମନୁ ଭ‌ାକର। ମହିଳା ୧୦ ମିଟର ଏୟାର ପିସ୍ତଲ୍‌ରେ ମନୁ ଭାକର ପ୍ୟାରିସ୍‌ ଅଲିମ୍ପିକ୍ସର ଦ୍ବିତୀୟ ଦିନରେ କାଂସ୍ୟ ପଦକ ଜିତି ୧୪୪ କୋଟି ଭାରତୀୟଙ୍କୁ ଚଳିତ ସଂସ୍କରଣର ପ୍ରଥମ ପଦକ ଭେଟି ଦେଇଥିଲେ। ତା’ ସହିତ ସୁଟିଂରୁ ପଦକ ଜିତିବାରେ ୨୨ ବର୍ଷୀୟା ମନୁ ପ୍ରଥମ ଭାରତୀୟ ମହିଳା ଓ ୧୦ ମିଟର ଏୟାର ପିସ୍ତଲ୍‌ ବର୍ଗରେ ପଦକ ଜିତିବାରେ ପ୍ରଥମ ଭାରତୀୟ ହେବାର ଗୌରବ ଲାଭ କରିଥିଲେ। ୧୨ ବର୍ଷ ପରେ ଭାରତକୁ ବନ୍ଧୁକ ଚାଳନାରୁ ପଦକ ମିଳିଥିବ‌ା ବେଳେ ମନୁ ଭାରତକୁ ଏକାସାଙ୍ଗରେ ୨ଟି ପଦକ ଭେଟି ଦେଇଛନ୍ତି।ପ୍ୟାରିସ୍‌ ଅଲିମ୍ପିକ୍ସର ଚତୁର୍ଥ ଦିନରେ ଅର୍ଥାତ୍ ଆଜି ପୁଣି ମନୁ ୧୦ମିଟର ଏୟାର ପିସ୍ତଲ ମିଶ୍ରିତ ବର୍ଗରେ କାଂସ୍ୟ ଜିତିଛନ୍ତି। ଏହି ପ୍ରତିଯୋଗିତାରେ ତାଙ୍କର ସାଥ୍ ଦେଇଥିଲେ ସରବଜୋତ୍ ସିଂହ। ସ୍ୱାଧୀନତା ପରେ ମନୁ ଅଲିମ୍ପିକ୍ସରେ ଦୁଇଟି ପଦକ ଜିତିଥିବା ପ୍ରଥମ ଭାରତୀୟ ଆଥଲେଟ୍ ହୋଇପାରିଛନ୍ତି। ଉଭୟେ କୋରିଆ ପ୍ରତିଦ୍ବନ୍ଦ୍ବୀଙ୍କୁ ପରାସ୍ତ କରି କାଂସ୍ୟ  ପଦକ ଜିତିଛନ୍ତି। ଦୁହେଁ ୮ଟି ରାଉଣ୍ଡ ଜିତିଥିବା ବେ‌ଳେ କୋରିୟା ଟିମ୍ ମାତ୍ର ୫ଟି ରାଉଣ୍ଡ ଜିତିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.7 ° C
    24.7 °
    24.7 °
    83 %
    1.4kmh
    16 %
    Sat
    24 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ