Friday, January 9, 2026
18.1 C
Odisha

    ସୋମବାରଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ

    ଆଗକୁ ପଢନ୍ତୁ

    କଟକ: ଜୁଲାଇ ୨୨ ସୋମବାରଠାରୁ ରାଜ୍ୟରେ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେଉଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଜୁଲାଇ ୨୨ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ବା ମାଟ୍ରିକ୍ ପରୀକ୍ଷାରେ ଅକୃତକାର୍ଯ୍ୟ ଏବଂ ଅନୁପସ୍ଥିତ ରହିଥିବା ପରୀକ୍ଷାର୍ଥୀମାନେ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ।
    ଗଣିତ ବ୍ୟତୀତ ପ୍ରତ୍ୟେକ ବିଷୟର ପରୀକ୍ଷା ପୂର୍ବାହ୍ନ ୯ ଟା ଠାରୁ ଆରମ୍ଭ ହୋଇ ପୂର୍ବାହ୍ନ ସାଢ଼େ ୧୧ ପର୍ଯ୍ୟନ୍ତ ହେବ। ପ୍ରାର୍ଥୀଙ୍କୁ ଓଡ଼ିଶା ମ୍ୟାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷାର ଗଣିତ ବିଷୟ ପାଇଁ ୧୫ ମିନିଟ୍ ଅତିରିକ୍ତ ସମୟ ପ୍ରଦାନ କରାଯିବ।

    ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବା ନିମନ୍ତେ ରାଜ୍ୟରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ମୋଟ ୧୨୧ ପରୀକ୍ଷା କେନ୍ଦ୍ର କରାଯାଇଛି । ମୋଟ୍ ୨୪ ହଜାର ୫୨୦ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ ।

    ସୂଚନାଯୋଗ୍ୟ,ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୬୧ ଜଣ ମାଟ୍ରିକ୍ ପରୀକ୍ଷା ଦେଇଥିବା ବେଳେ ୫ ଲକ୍ଷ ୩୦ ହଜାର ୧୫୩ ଛାତ୍ରଛାତ୍ରୀ ପାସ୍ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    18.1 ° C
    18.1 °
    18.1 °
    25 %
    0.8kmh
    62 %
    Fri
    25 °
    Sat
    26 °
    Sun
    28 °
    Mon
    29 °
    Tue
    28 °

    ସମ୍ବନ୍ଧିତ