Saturday, April 4, 2026
28.2 C
Odisha

    ୪ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ଓ ୫ ମେଡିକାଲ କଲେଜର ଟିଚିଂ ହସ୍ପିଟାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହୋଇଛ ଆଉ ଏକ ନୂଆ ଫର୍ଦ୍ଦ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍‌ପିଟାଲର ଶୁଭ ଉଦ୍‌ଘାଟନ କରିବା ସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱ ସ୍ତରୀୟ କରିବା ପାଇଁ ଭିତ୍ତି ରଖିଛନ୍ତି। ଉଦ୍‌ଘାଟିତ ହୋଇଥିବା ଟିଚିଂ ହସ୍‌ପିଟାଲ ଗୁଡିକ ହେଲା- ବଲାଙ୍ଗିରରେ ୬୫୦ ଶଯ୍ୟା ବିଶିଷ୍ଟ ଭୀମଭୋଇ ମେଡିକାଲ କଲେଜ୍ ଏବଂ ହସ୍‌ପିଟାଲ, ବାରିପଦାରେ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ ଏବଂ ହସ୍‌ପିଟାଲ, ସୁନ୍ଦରଗଡରେ ୫୦୦ ଶଯ୍ୟା ବିଶିଷ୍ଟ ସରକାରୀ ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ, କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀ ଧର ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ ଓ ବାଲେଶ୍ୱରରେ ୬୫୦ ଶଯ୍ୟା ବିଶିଷ୍ଟ ଫକୀର ମୋହନ ମେଡିକାଲ୍‌ କଲେଜ୍‌ ଏବଂ ହସ୍‌ପିଟାଲ । ଏଥି ସହିତ କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କ୍ୟାନସର ଗବେଷଣା ପ୍ରତିଷ୍ଠାନ, ବ୍ରହ୍ମପୁରରେ ଏମ୍‌.କେ.ସି.ଜି.ମେଡିକାଲ କଲେଜ ଏବଂ ହସ୍‌ପିଟାଲ, ରାଉରକେଲା ସରକାରୀ ହସ୍‌ପିଟାଲ ଏବଂ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନକୁ ବିଶ୍ୱ ସ୍ତରୀୟ ଭିତ୍ତିଭୂମି ଯୋଗାଇଦେବା ପାଇଁ ଭିତ୍ତି ପ୍ରସ୍ତର ରଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ‘ସୁସ୍ଥ ଓଡିଶା ସୁଖୀ ଓଡିଶା’ ଗଠନ ଦିଗରେ ଏଗୁଡିକ ହେଉଛି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.2 ° C
    28.2 °
    28.2 °
    36 %
    1.9kmh
    93 %
    Fri
    29 °
    Sat
    38 °
    Sun
    37 °
    Mon
    38 °
    Tue
    38 °

    ସମ୍ବନ୍ଧିତ