Sunday, September 20, 2026
30.5 C
Odisha

    ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଶୃଙ୍ଖଳିତ ରଥଯାତ୍ରା ନେଇ ବୈଠକରେ ଆଲୋଚନା ହୋଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତା କରିଛନ୍ତି। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।
    ଚଳିତ ବର୍ଷ ୧୫ ଦିନ ବଦଳରେ ୧୩ ଦିନ ହେବ ଅଣସର ନୀତି । ରଥଟଣା ପାଇଁ ହାତରେ ୨ ଦିନ ସମୟ କମ ଥିବାରୁ ନୀତିକାନ୍ତି ନେଇ ଚିନ୍ତାରେ ପଡ଼ିଛନ୍ତି ସେବାୟତ। ଶୃଙ୍ଖଳିତ ନୀତି ପାଇଁ ସମସ୍ତ ସେବାୟତଙ୍କ ସହଯୋଗ ମଧ୍ୟ ଲୋଡ଼ାଯାଇଛି । ବୈଠକ ପରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶୃଙ୍ଖଳିତ ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କୁ ସମସ୍ତ କଥା ଅବଗତ କରାଯାଇଛି। ଏହାପରେ ସେବାୟତ ବନ୍ଧୁମାନଙ୍କ ସହ ବୈଠକ କରାଯିବ। ଏଥିପାଇଁ ସମସ୍ତଙ୍କର ସହଯୋଗ କାମନା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30.5 ° C
    30.5 °
    30.5 °
    65 %
    2.7kmh
    97 %
    Sun
    30 °
    Mon
    31 °
    Tue
    27 °
    Wed
    28 °
    Thu
    24 °

    ସମ୍ବନ୍ଧିତ