Friday, May 3, 2024
38.7 C
Odisha

    ସକାଳୁ ୩୫ ଡିଗ୍ରୀ ଛୁଇଁଲାଣି ପାରା

    ଆଗକୁ ପଢନ୍ତୁ

    ସକାଳୁ ୩୫ ଡିଗ୍ରୀ ଛୁଇଁଲାଣି ତାତି । ୮ଟା ୩୦ ସୁଦ୍ଧା ଭବାନୀପାଟଣାରେ ସର୍ବାଧିକ ୩୫ ଡିଗ୍ରୀ ରେକର୍ଡ କରାଯାଇଛି । ବଲାଙ୍ଗୀରରେ ୩୪ ଦଶମିକ ୨, ରାଉରକେଲାରେ ୩୩ ଦଶମିକ ୪ ଡିଗ୍ରୀ ରେକର୍ଡ ହୋଇଛି । ଚାନ୍ଦବାଲିରେ ୮, କଟକ, ବାରିପଦା, କେନ୍ଦୁଝର, ଝାରସୁଗୁଡ଼ା ଓ ବାଲେଶ୍ୱରରେ ପାରଦ ୩୩ ଡିଗ୍ରୀ ରହିଛି । ଟିଟିଲାଗଡ଼ରେ ୩୨ ଦଶମିକ ୪, ଭୁବନେଶ୍ୱର ଓ ତାଳଚେରରେ ୩୨ ଦଶମିକ ୨, ଭଦ୍ରକ, ନୂଆପଡ଼ା ଓ ଜଗତସିଂହପରେ ୩୧ ୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।ଆଜି ନୟାଗଡ଼, ଅନୁଗୁଳୁ, ମୟୁରଭଞ୍ଜ ଓ ବୌଦ୍ଧରେ ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସୂଚନା ଅନୁସାରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାଶ୍ୱବର୍ତୀ ଜିଲ୍ଲା ଗୁଡ଼ିକରେ ବଙ୍ଗୋପସାଗର ଅଂଚଳରୁ ପ୍ରବାହିତ ବାୟୁର ସକ୍ରିୟତା ବୃଦ୍ଧି ସହ ଧୀରେ ଧୀରେ ଜଳୀୟ ବାଷ୍ପର ମାତ୍ରା ବୃଦ୍ଧି ପାଇଛି । ଫଳରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଏହି ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ଉତପ୍ତ ବାୟୁମଣ୍ଡଳ ପରସ୍ପର ସଂସ୍ପର୍ଶରେ ପ୍ରତିକ୍ରିୟା ଯୋଗୁ କାଳବୈଶାଖୀ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.7 ° C
    38.7 °
    38.7 °
    10 %
    1.5kmh
    0 %
    Fri
    43 °
    Sat
    42 °
    Sun
    44 °
    Mon
    45 °
    Tue
    43 °

    ସମ୍ବନ୍ଧିତ