Saturday, May 10, 2025
33.2 C
Odisha

    ରାଜ୍ୟରେ ୫ଦିନ ଯାଏ ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା । ଉତ୍ତର ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଉତ୍ତର ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଏହା ଉତ୍ତର ଦିଗରେ ଗତି କରିବା ସହ ଅଧିକ ଘନୀଭୂତ ହୋଇ ଡିପ୍ରେସନର ରୂପ ନେଇପାରେ । ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗାଙ୍ଗେୟ ଅଞ୍ଚଳରେ ଏହା ଅବପାତରେ ପରିଣତ ହେବ । ପରବର୍ତ୍ତୀ ତିନିଦିନରେ ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରିବ ।

    ଏହା ପ୍ରଭାବରେ ଆସନ୍ତା ୪ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲା ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୯ ଜିଲ୍ଲାରୁ ଜାରି ହୋଇଛି ୟେଲୋ ଆଲର୍ଟ। ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳରୁ ଅତିପ୍ରବଳ ହେବାକୁ ଥିବା ସ୍ଥାନ ମାନଙ୍କରେ ଫ୍ଲାସ ଫ୍ଲଡ କିମ୍ବା ଜଳବନ୍ଦୀ ଭଳି ସମସ୍ୟା ଉପୁଜିପାରେ । କଚ୍ଚା ଘର କ୍ଷୟକ୍ଷତି ସହ ପାହାଡ଼ିଆ ଅଞ୍ଚଳରେ ଭୁସ୍ଖଳନ ଭଳି ସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    33.2 ° C
    33.2 °
    33.2 °
    30 %
    0.5kmh
    61 %
    Sat
    40 °
    Sun
    42 °
    Mon
    41 °
    Tue
    43 °
    Wed
    43 °

    ସମ୍ବନ୍ଧିତ