Monday, September 14, 2026
24.7 C
Odisha

    ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର। ଏବେ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୭ ଟଙ୍କା ୬୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୫ ଟଙ୍କା ୯୦ ପଇସା। ଏଣେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ଥିଲା ୮ ଟଙ୍କା ୮୨ ପଇସା। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ଖର୍ଚ୍ଚ ବଢାଇଲେ ସରକାର। ଆସନ୍ତାକାଲିଠାରୁ ଏହି ବର୍ଦ୍ଧିତ ଖର୍ଚ୍ଚ ପ୍ରଦାନ କରିବାକୁ ନିଷ୍ପତ୍ତି ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    86 %
    1.2kmh
    6 %
    Mon
    25 °
    Tue
    31 °
    Wed
    31 °
    Thu
    31 °
    Fri
    30 °

    ସମ୍ବନ୍ଧିତ