Monday, November 16, 2026
18.9 C
Odisha

    ଜଳୁଛି ମଧ୍ୟପ୍ରାଚ୍ୟ, ଚିନ୍ତାରେ ଭାରତ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

    ଆଗକୁ ପଢନ୍ତୁ

    ମଧ୍ୟପ୍ରାଚ୍ୟରେ ଗମ୍ଭୀର ହେଉଛି ଯୁଦ୍ଧ ସ୍ଥିତି। ସୁଧୁରିବା ବଦଳରେ ଜଟିଳ ରୂପ ନେଲାଣି ଦୁଇ ମହାଶକ୍ତିଙ୍କ ମଧ୍ୟରେ ଫେସ୍ ଟୁ ଫେସ୍ ୱାର୍। ଇରାନର ଆକ୍ରମଣ ପରେ ଚିହିଁକି ଉଠିଥିବା ଇସ୍ରାଏଲ, ବଡ଼ ଧରଣର ଆଟାକ୍ ପାଇଁ ପ୍ରସ୍ତୁତ କରୁଛି ରଣନୀତି । ଯୁଦ୍ଧର ପ୍ରଭାବ ସାରା ବିଶ୍ୱ ଉପରେ ପଡ଼ିଲାଣି । ଭାରତରେ ବି ତୈଳ, ସୁନା, ଷ୍ଟକ୍ ମାର୍କେଟ ସହ ଅର୍ଥନୀତି ପ୍ରଭାବିତ ହେଲାଣି । ମଧ୍ୟପ୍ରାଚ୍ୟ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇ ଯାଇଛି । ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସହିତ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଯୋଗ ଦେଇଥିଲେ । ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ମଧ୍ୟପ୍ରାଚ୍ୟର ସ୍ଥିତିକୁ ଗଭୀର ଚିନ୍ତାଜନକ ବୋଲି ଏହି ବୈଠକରେ ଦର୍ଶାଯାଇଛି । ଏଥିସହ ଏହି ସଂକଟ ଆହୁରି ବ୍ୟାପକ ହେଲେ, ବାଣିଜ୍ୟ, ତୈଳ, ପେଟ୍ରୋଲିୟମ ଉତ୍ପାଦ ସପ୍ଲାଏ ଚେନ୍ ଓ ଜାହାଜ ଚଳାଚଳ ଆଦି କ୍ଷେତ୍ରରେ ଭାରତକୁ କିଭଳି ଚାଲେଞ୍ଜର ସାମ୍ନା କରିବାକୁ ପଡ଼ିପାରେ, ସେସଂପର୍କରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ଏଥିସହ ପ୍ରବାସୀ ଭାରତୀୟଙ୍କ ସୁରକ୍ଷା ଓ ନିରାପତ୍ତା ପ୍ରସଙ୍ଗରେ ବି ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହୋଇଥିବା କୁହାଯାଉଛି । ଇରାନର ମିଜାଇଲ୍ ମାଡ଼ ପରେ ପ୍ରତିଶୋଧ ନିଆଁରେ ଜଳୁଥିବା ଇସ୍ରାଏଲ, ଲେବାନନ ରାଜଧାନୀ ବେରୁଟର ୭ଟି ସ୍ଥାନରେ କରିଛି ଜୋରଦାର୍ ହମଲା । ତୁହାକୁ ତୁହା ଏୟାର ଷ୍ଟ୍ରାଇକ ସହ କରାଯାଇଛି ରକେଟ୍ ମାଡ଼ । ଆଗକୁ ଇରାନ ଉପରେ ବଡ ଧରଣର ଆକ୍ରମଣ ପାଇଁ ଚାଲିଛି ଯୋଜନା । ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ବସିଛି ଏ୭ ରାଷ୍ଟ୍ର ସମୂହର ଜରୁରୀ ବୈଠକ । ଯେଉଁଥିରେ ଇରାନ ଉପରେ କଠୋର କଟକଣା ଲଗାଇବା ନେଇ ଆଲୋଚନା ହୋଇଛି । ଏଥିସହ ଇସ୍ରାଏଲକୁ ମଧ୍ୟ ଚେତାବନୀ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ଏହାରି ଭିତରେ ହମାସର ଜଣେ ପ୍ରମୁଖ ନେତା ରାବି ମୁସ୍ତାହାକୁ ସେନା ନିପାତ କରିଥିବା ଇସ୍ରାଏଲ ଦାବି କରିଛି । ଯୁଦ୍ଧର ପ୍ରଭାବ ସାରା ବିଶ୍ୱ ଉପରେ ପଡ଼ିଲାଣି
    ମଧ୍ୟପ୍ରାଚ୍ୟ ଚିନ୍ତାରେ ଭାରତ
    – ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
    – ମଧ୍ୟପ୍ରାଚ୍ୟ ସ୍ଥିତିକୁ ଉପରେ ଆଲୋଚନା
    – ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବୈଠକରେ ଆଲୋଚନା
    – ଅମିତ ଶାହା, ରାଜନାଥ ସିଂ, ଏସ୍. ଜୟଶଙ୍କର, ନିର୍ମଳା ସୀତାରମଣ ସାମିଲ
    – ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ସାମିଲ
    – ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ମଧ୍ୟପ୍ରାଚ୍ୟର ସ୍ଥିତିକୁ ଗମ୍ଭୀର
    – ଆକ୍ରମଣକୁ ଚିନ୍ତାଜନକ କହିଲା ଭାରତ
    – ସଂକଟକୁ କିଭଳି ମୁକାବିଲା କରାଯିବ ସେନେଇ ଚର୍ଚ୍ଚା
    – ପ୍ରବାସୀ ଭାରତୀୟଙ୍କ ସୁରକ୍ଷା ଓ ନିରାପତ୍ତା ପ୍ରସଙ୍ଗରେ ଚର୍ଚ୍ଚା

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    18.9 ° C
    18.9 °
    18.9 °
    75 %
    1.2kmh
    100 %
    Sun
    18 °
    Mon
    27 °
    Tue
    26 °
    Wed
    25 °
    Thu
    21 °

    ସମ୍ବନ୍ଧିତ